ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

0

ଭୁବନେଶ୍ବର: ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢାଇଲେ ରାଜ୍ୟ ସରକାର । ମଜୁରୀରେ ୧୨ଟଙ୍କା ବୃଦ୍ଧି କରିଛନ୍ତି ସରକାର । ଏନେଇ ଶ୍ରମ ଆୟୁକ୍ତଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୩୩ରୁ ୩୪୫ ଟଙ୍କାକୁ ବୃଦ୍ଧି ହୋଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୭୩ରୁ ୩୮୫ ଟଙ୍କାକୁ ବୃଦ୍ଧି ହୋଇଛି ।

ସେହିପରି କୁଶଳୀ ଶ୍ରମିକଙ୍କ ମଜୁରୀ ୪୨୩ରୁ ୪୩୫ଟଙ୍କାକୁ ବୃଦ୍ଧି ପାଇଛି । ଅତି କୁଶଳୀ ଶ୍ରମିକଙ୍କ ମଜୁରୀ ୪୮୩ରୁ ୪୯୫ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୧ଏପ୍ରିଲ ୨୦୨୩ରୁ ଏହା ଲାଗୁ କରାଯାଇଛି ।

Leave A Reply

Your email address will not be published.