ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଚିନ୍ତା ବଢ଼ାଇଲା କୋଭିଡ ସଂକ୍ରମଣ

0

ନୂଆଦିଲ୍ଲୀ; ଏବେ କରୋନା ସଂକ୍ରମଣ ବଢ଼ୁଥିବାରୁ ସବୁ ରାଜ୍ୟକୁ ସତର୍କ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଏକ ବୈଠକ ବସିଥିଲା। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । ଏହି ବୈଠକ ପରେ, ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏପଟେ ଦୈନିକ ସଂକ୍ରମଣ ଦେଶରେ ୬ ହଜାର ଓ ରାଜ୍ୟରେ ଶହେ ଟପିଛି । ମାତ୍ର ୪ଦିନ ତଳେ ଯେଉଁ ସଂକ୍ରମଣ ସଂଖ୍ୟା ମାତ୍ର ୩ ହଜାର ୬୪୧ ଥିଲା, ଏବେ ୬ ହଜାର ଟପି ଯାଇଛି । ଅର୍ଥାତ୍ ଗତାକାଲି ତୁଳନାରେ କରୋନା ସଂକ୍ରମଣ ବଢ଼ିଛି ପ୍ରାୟ ୧୩ % । ଓଡ଼ିଶାରେ ବି ସଂକ୍ରମଣ ସଂଖ୍ୟା ଉପର ମୁହାଁ ହେବାରେ ଲାଗିଛି । ଓଡ଼ିଶାରେ ଏବେ ନୂଆ ସଂକ୍ରମଣ ସଂଖ୍ୟା ଶହେ ଟପିଯାଇଛି । ଏପ୍ରିଲ ୫ ତାରିଖରେ ସଂକ୍ରମଣ ସଂଖ୍ୟା ମାତ୍ର ୬୮ ଥିବା ବେଳେ ଏବେ ୧୦୪କୁ ଛୁଇଁଛି । ସଂକ୍ରମଣର ଏହି ସଂଖ୍ୟା ଭିତରେ ଆଶ୍ୱସ୍ତିକର କଥା ହେଉଛି, ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସରେ ଜଣେ ବି ପିଲା ସଂକ୍ରମିତ ହୋଇ ନାହାନ୍ତି ।

ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ଏକ ଉଚ୍ଚସ୍ତରୀୟ ବୈଠକ କରି ଚର୍ଚ୍ଚା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ । ଏହି ଚର୍ଚ୍ଚା ପରେ, ରାଜ୍ୟଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଜିଲ୍ଲା ସ୍ତରରେ ଥିବା ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଏପ୍ରିଲ୍ ୧୦ ଏବଂ ୧୧ ତାରିଖ ହସ୍ପିଟାଲ ଗୁଡ଼ିକର ସ୍ୱାସ୍ଥ୍ୟ ଭିତ୍ତିଭୂମି ଯାଂଚ ପାଇଁ ମକ୍ ଡ୍ରିଲ୍ ଏବଂ ସ୍ୱାସ୍ଥ୍ୟ ସେବାର ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି । ଏହି ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ସମସ୍ତ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀମାନେ ସାମିଲ ଥିଲେ ।

ଏସବୁ ଭିତରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପଣ୍ଡିଚେରୀରେ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି । ଯଦିଓ ଏବେ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଛି, ତଥାପି ମାରାତ୍ମକ ହେଉନଥିବା ବିଶେଷଜ୍ଞ କହିଛନ୍ତି । ତେବେ ବୟସ୍କ, ଶିଶୁ, ଗର୍ଭବତୀ ଓ ବହୁବ୍ୟାଧିରେ ପୀଡିତ ଲୋକଙ୍କୁ ସଜାଗ ରହିବାକୁ ବାରମ୍ବାର ପରାର୍ମଶ ଦିଆଯାଉଛି ।

Leave A Reply

Your email address will not be published.