ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ଆସନ୍ତା ୨ ଦିନ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ; ସତର୍କ ରହିବାକୁ ପରାମର୍ଶ ଦେଲେ ଏସଆରସି

0

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର (ଏସଆରସି)। ସେ କହିଛନ୍ତି, ଅତି ଖରାବେଳେ ଶ୍ରମିକମାନେ କାମ କରନ୍ତୁ ନାହିଁ। ଠିକ୍ ସେହିପରି ଅତି ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ସେ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ୩୯.୮ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। କେନ୍ଦୁଝରରେ ତାପମାତ୍ରା ୩୯ ଦଶମିକ୍ ୨ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ , ଚାନ୍ଦବାଲିରେ ୩୮ ଡିଗ୍ରି, ଭୁବନେଶ୍ୱରରେ ୩୭ ଦଶମିକ୍ ୮ ଡିଗ୍ରି, ବାଲେଶ୍ୱରରେ ୩୭ ଡିଗ୍ରି, ହୀରାକୁଦରେ ୩୬ ଦଶମିକ୍ ୮ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।

ପାରଦ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି। ଗୁରୁବାର ଦିନ ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରିରୁ ଅଧିକ ରେକର୍ଡ ହୋଇଥିବା ବେଳେ ୮ ସହରର ପାରଦ ୪୨ ଡିଗ୍ରି ପାର୍‌ କରିଛି। ୪୩.୫ ଡିଗ୍ରି ତାପମାତ୍ରା ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ତାଲିକାର ଆଗରେ ରହିଛି। ଓଡ଼ିଆ ନବବର୍ଷ ବା ପଣା ସଂକ୍ରାନ୍ତିରେ ରାଜ୍ୟର ତାପମାତ୍ରା ଆହୁରି ୧ ଡିଗ୍ରି ବୃଦ୍ଧିପାଇଛି। ଫଳରେ ପ୍ରଚଣ୍ଡ ଖରା ଓ ଗର‌ମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଏଣୁ ଆସନ୍ତା ୨ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଆଦି ୮ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.