ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

କାଲିଠୁ ଆରମ୍ଭ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା

0

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ‌ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି ଓ ସ୍କୁଲର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ। ସ୍କୁଲ କର୍ତ୍ତୃପକ୍ଷ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବାକୁ ପଦକ୍ଷେପ ନେବାକୁ କୁହାଯାଇଛି।

ତେବେ ସମ୍ବଲପୁର ବ୍ୟତୀତ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ହେବ। ଅଙ୍ଗନବାଡ଼ିରେ ପାଠପଢା ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟପଟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲ୍ଲାରେ ସୋମବାର ଓ ମଙ୍ଗଳବାର ବନ୍ଦ ରହିବ ସ୍କୁଲ। ଜିଲ୍ଲା ପ୍ରଶାସନ ନିଷ୍ପତ୍ତି କ୍ରମେ ସ୍କୁଲ ଛୁଟିକୁ ୨ ଦିନ ପାଇଁ ବଢ଼ାଇ ଦିଆଯାଇଛି।

Leave A Reply

Your email address will not be published.