ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆଜି ସବୁଠୁ ଉତ୍ତପ୍ତ ସହର ଝାରସୁଗୁଡା

0

ଭୁବନେଶ୍ବର: ଓଡ଼ିଶାର ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଦିନ ସାଢ଼େ ୧୧ଟା ସୁଦ୍ଧା କେନ୍ଦୁଝରରେ ତାପମାତ୍ରା ୩୯.୪ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୩୮.୬, ବାଲେଶ୍ୱର ଓ ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୭.୬,ଗୋପାଳପୁରରେ ୩୬, ପୁରୀରେ ୩୪ ଓ ପାରାଦୀପରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସୂଚନାଯୋଗ୍ୟ,ଗତକାଲି ରାଜ୍ୟରେ ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ଥିଲା। ଝାରସୁଗୁଡ଼ାର ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଥିଲା

Leave A Reply

Your email address will not be published.