ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା ହୋଇଛି । ସ୍କିଲ୍ ଇନ୍ ଓଡ଼ିଶା ଏବେ ବିଶ୍ୱରେ ଝଟକିବାକୁ ଯାଉଛି ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଭାଷଣ ପରେ ଏଗଜିବିସନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ 

ଏହି କନକ୍ଲେଭରେ ପଲିଟେକ୍ନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଯୋଗ ଦେଇଛନ୍ତି । ମେକ୍ ଇନ୍ ଓଡ଼ିଶାର ପାର୍ଟ ୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ବିଶ୍ବସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭରଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ।

Leave A Reply

Your email address will not be published.