ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ

0

ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀକ୍ଷେତ୍ରରେ ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥଯାତ୍ରାର ପ୍ରଥମ ଶୁଭ କାର୍ଯ୍ୟ ଆରମ୍ଭ ହୋଇଥିଲା। ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ଯଜ୍ଞସ୍ଥଳକୁ ଶ୍ରୀଜିଉଙ୍କ ଆଜ୍ଞାମାଳ ବିଜେ ହୋଇଥିଲା। ଏହା ପରେ ଶାସ୍ତ୍ରୀୟ ବନଜାଗ ବିଧିରେ ହୋମଯଜ୍ଞ ସହ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଥିଲା । ବ୍ରାହ୍ମଣବରଣ ପରେ ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥର ମୁଖ୍ୟ ବିଶ୍ବକର୍ମାଙ୍କ ସହ ଅନ୍ୟ ପ୍ରମୁଖ ସେବକମାନେ ରଥ ନିର୍ମାଣ ପାଇଁ ଶାଢ଼ି ବନ୍ଧାଇଥିଲେ। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଏହି ପବିତ୍ର କାର୍ଯ୍ୟକୁ ଦେଖିବାର ସୌଭାଗ୍ୟ ପାଇଥିଲେ। ଏଥିପାଇଁ ବଡ଼ଦାଣ୍ଡ ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଥିଲା।

ରଥ ସଂହିତା ଅନୁଯାୟୀ, ସରସ୍ୱତୀ ପୂଜାରେ ରଥକାଠ ଅନୁକୂଳ, ଶ୍ରୀରାମ ନବମୀରେ ରଥ କାଠ ଚିରଟ ଅନୁକୂଳ ଓ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାମ ଅନୁକୂଳ ପରେ ରଥ ନିର୍ମାଣ କାମ ଆରମ୍ଭ ହୋଇଥାଏ। ଭଉଁରୀରେ ଚକ ଡେରା କାମ ଆରମ୍ଭ ଓ ଶୀତଳଷଷ୍ଠୀରେ ଚକଡେରା କାର୍ଯ୍ୟ ଶେଷ ହେବ। ନୃସିଂହ ଚତୁର୍ଦ୍ଦଶୀରେ କୋଣଗୁଜ ଅନୁକୂଳ ଓ ସ୍ନାନପୂର୍ଣ୍ଣିମାରେ ରଥ ଚାରିନାହାକା ଉଠିବ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ସକାଳେ ବନଯାଗ ବିଧିରେ ରଥ ପ୍ରତିଷ୍ଠା ପରେ ବଡ଼ଦାଣ୍ଡରେ ରଥ ଗଡ଼ିବ।

Leave A Reply

Your email address will not be published.