ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ କେନ୍ଦ୍ରମନ୍ତ୍ରୀ ଓ ନାକ୍ ଅଧ୍ୟକ୍ଷଙ୍କ ପ୍ରଶଂସା

0

ଭୁବନେଶ୍ୱର,୨୬/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ଚତୁର୍ଥ ଦିନରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡକ୍ଟର ସୁଭାଷ ସରକାର, ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ୍ (ନାକ୍‌) କାର୍ଯ୍ୟକାରୀ କମିଟିର ଅଧ୍ୟକ୍ଷ ଡକ୍ଟର ଅନୀଲ୍ ସହସ୍ରବୁଦ୍ଧେ ଏବଂ ନ୍ୟାସ୍‌ନାଲ୍ କାଉନ୍‌ସିଲ୍ ଫର୍ ଭୋକେସ୍ନାଲ୍ ଏଜୁକେସନ୍ ଆଣ୍ଡ ଟ୍ରେନିଂର ଅଧ୍ୟକ୍ଷ ଡକ୍ଟର ନିର୍ମଲଜୀତ ସିଂ କଲ୍‌ସି ।

ଡକ୍ଟର ସହସ୍ରବୁଦ୍ଧେ ସୋଆର ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଷ୍ଟାର୍ଟ ଅପ୍‌କୁ ଉଚ୍ଚ ପ୍ରଶଂସା କରିବା ସହ ପ୍ରଥମ ଏବଂ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ଏଭଳି ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ ସେମାନଙ୍କ ପାଠପଢ଼ା ଶେଷ ବେଳକୁ ସେମାନେ ଖୁବ୍ ଉଚ୍ଚକୋଟୀର କାର୍ଯ୍ୟ କରି ଦେଖାଇବେ ବୋଲି କହିଛନ୍ତି ।

ବିଦେଶରୁ ଆସିଥିବା ଅନେକ ପ୍ରତିନିଧି ମଧ୍ୟ ସୋଆର ଷ୍ଟଲ୍‌ଗୁଡ଼ିକୁ ବୁଲି ଦେଖିଥିଲେ । ଏହି ଅବସରରେ ସୋଆର ଆଡିସ୍‌ନାଲ ଡିନ୍ (ଷ୍ଟୁଡେଂଟସ୍ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ୍ ନାୟକଙ୍କ ସମେତ ସୋଆର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.