ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ
ହାଇ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ
ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ
ଅନିର୍ଦ୍ଦିଷ୍ଟ କାଳ ଯାଏ ଆଇପିଏଲ ସ୍ଥଗିତ
ମେ ୧୫ ତାରିଖ ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ
ସବୁ ରାଜ୍ୟକୁ ଜରୁରୀ କ୍ଷମତା ପ୍ରୟୋଗ ପାଇଁ ନିର୍ଦ୍ଦେଶ, ସିଭିଲ ଡିଫେନ୍ସ ନିୟମ ଅନୁଯାୟୀ ଜରୁରୀ କ୍ଷମତା ହେବ ପ୍ରୟୋଗ

ନିଖୋଜ ନାବାଳକର ମୃତଦେହ ଉଦ୍ଧାର

0

ଆଳି: ଆଜି ସକାଳୁ ବ୍ରାହ୍ମଣୀ ନଦୀର ଏକମାଣିଆ-ଦକ୍ଷିଣଡିହା ନଦୀଘାଟରେ ନୌକା ଦୁର୍ଘଟଣା ଘଟି ଘାଟିଆ ସମେତ ଜଣେ ୧୨ ବର୍ଷର ବାଳକ ନିଖୋଜ ହୋଇଯାଇଥିଲେ। ତେବେ ନିଖୋଜ ନାବାଳକର ମୃତଦେହ ଉଦ୍ଧାର ହୋଇଛି। ଉଦ୍ଧାର କରିବାକୁ ଯାଇ ନିଖୋଜ ଥିବା ନାଉରୀର ଏବେବି ପତ୍ତା ମିଳିନି ।

ଉଲ୍ଲେଖଯୋଗ୍ୟ‌, ସକାଳ ୬ଟା ସମୟରେ କେରଡାଗଡରୁ କଟକ ଯାଉଥିବା ଥିବା ଏକ ବସ୍ ଧରିବା ପାଇଁ ଏକମାଣିଆ, ନଳପାହି,ଦକ୍ଷିଣଡିହା ଗ୍ରାମର ପ୍ରାୟ ୪୦ ଯାତ୍ରୀ ଦକ୍ଷିଣଡିହା ନଦୀଘାଟରୁ ଏକ ଯନ୍ତ୍ରଚାଳିତ ଡଙ୍ଗାରେ ବସିଥିଲେ। ବସ୍ ଧରିବା ପାଇଁ ତରବର ହେଉଥିବା ଯାତ୍ରୀମାନେ ନଦୀପଠାରେ ଲାଗିଥିବା ଡଙ୍ଗାକୁ ଦକ୍ଷିଣ ଡିହା ନଦୀଘାଟରୁ ନଦୀ ଭିତରକୁ ଠେଲୁଥିବା ସମୟରେ ଡଙ୍ଗାଟି ହଠାତ୍ କ୍ଷିପ୍ରଗତିରେ ନଦୀ ଭିତରକୁ ଚାଲିଯାଇ ଭାରସାମ୍ୟ ହରାଇ ଗଭୀର ଗଣ୍ଡରେ ବୁଡ଼ି ଯାଇଥିଲା।

ଘାଟିଆ ସୁଦର୍ଶନ ସ୍ବାଇଁ ବୁଡ଼ି ଯାଉଥିବା ଯାତ୍ରୀମାନଙ୍କୁ ଜଣକ ପରେ ଜଣେ ଉଦ୍ଧାର କରିଥିଲେ। ହେଲେ ନଦୀରେ ବୁଡ଼ିଥିବା ଦେବେନ୍ଦ୍ର ବେହେରା(୧୨)ଙ୍କୁ ଉଦ୍ଧାର କରିବା ସମୟରେ ଉଭୟେ ଗଭୀର ଜଳରେ ବୁଡି ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଗ୍ରାମବାସୀମାନେ ଦୀର୍ଘ ସମୟ ଧରି ନଦୀରେ ୨ ନିଖୋଜଙ୍କୁ ଖୋଜୁଥିବା ବେଳେ ନାବାଳକର ମୃତ ଦେହ ଠାବ କରିଥିଲେ।

Leave A Reply

Your email address will not be published.