ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଆଇପିଏସ୍ ଅଧିକାରୀ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ବରିଷ୍ଠ ଆଇପିଏସ୍‌ ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ମିଳିଛି। ସେ ଏସ୍‌ସିଆରବି ନିର୍ଦ୍ଦେଶକ ସହ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ସେହିପରି ରାଜ୍ୟ ସରକାର ଦୁଇ ଜଣ ବରିଷ୍ଠ ଆଇପିଏସ୍‌ଙ୍କୁ ଗୃହ ବିଭାଗ ଓଏସଡି ଭାବେ ବଦଳି କରିଛନ୍ତି। କମ୍ୟୁନିକେସନ ଡିଜି ଅରୁଣ ରାୟଙ୍କୁ ଗୃହ ବିଭାଗ ଓଏସଡି ଭାବେ ମୁତୟନ କରାଯାଇ ଥିବା ବେଳେ ଏଚ୍‌ଆରପିସି ସ୍ପେଶାଲ ଡିଜି ସିଦ୍ଧାର୍ଥ ନର୍ଭାଣେଙ୍କୁ ମଧ୍ୟ ଓଏସଡି ଭାବେ ନୂଆ ନିଯୁକ୍ତି ମିଳିଛି।

Leave A Reply

Your email address will not be published.