ପ୍ରମୁଖ ଖବର

ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏନସିପି ମୁଖ୍ୟ ଶରଦ ପାୱାର ଦେଲେ ଇସ୍ତଫା

0

ମୁମ୍ବାଇ: ବେଶ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ବାତାବରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହା ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଆଜି କରିଥିବା ବଡ଼ ଘୋଷଣା ସମସ୍ତଙ୍କୁ ଚକିତ କରିଛି। ସେ ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି।

ପ୍ରେସମିଟ୍ କରି ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶରଦ କହିଛନ୍ତି, ‘ମୁଁ ଏନ୍‌ସିପିର ସଭାପତି ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି।’ ତେବେ ଶରଦ ଏକଥା ସ୍ପ‌ଷ୍ଟ କରିଛନ୍ତି ଯେ ସେ ରାଜନୀତିରୁ କିନ୍ତୁ ସନ୍ୟାସ ନେଉନାହାନ୍ତି। ଯଦିଓ ସେ ଏନ୍‌ସିପି ସଭାପତି ପଦରୁ ଇସ୍ତଫା ନେଉଛନ୍ତି କିନ୍ତୁ ଜନତାଙ୍କ ଜୀବନରୁ ଦୂରେଇ ଯାଉନାହାନ୍ତି ବୋଲି ଘୋଷଣା କରିଛନ୍ତି। ଶରଦ ପାୱାର ଦଳର ମୁଖ୍ୟ ପଦରୁ ଇସ୍ତଫା ଘୋଷଣା କରିବା ପରେ କିଛି ଏନ୍‌ସିପି ନେତା ଏହାକୁ ନେଇ ଆପତ୍ତି ଜାହିର କରିଥିବାର ନଜିର ଆସିଥିଲା।

ଏବେ ଏନସିପିର କିଛି ବିଧାୟକ ଅଜିତ ପାୱାରଙ୍କ ନେତୃତ୍ୱରେ ମହାରାଷ୍ଟ୍ରରେ କ୍ଷମତାସୀନ ବିଜେପି ଓ ଏକନାଥ ସିନ୍ଦେଙ୍କ ଶିବସେନା ସରକାର ଆଡ଼କୁ ଢଳୁ ଥିବା ଚର୍ଚ୍ଚା ହେଉଛି। ତେବେ ଏହାକୁ ଏନସିପି ସୁପ୍ରିମୋ ଭାବେ ଶରଦ ପାୱାର ଖଣ୍ଡନ କରି ଚାଲିଥିଲେ। କିନ୍ତୁ ଏବେ ସେ ହଠାତ୍‌ ସୁପ୍ରିମୋ ପଦରୁ ଇସ୍ତଫା ଦେବା ନୂଆ ରାଜନୀତିକ ସମୀକରଣ ସୃଷ୍ଟି ହୋଇଛି।

Leave A Reply

Your email address will not be published.