ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଏନକାଉଣ୍ଟରରେ ପ୍ରାଣ ହରାଇଲେ ୨ ଆତଙ୍କବାଦୀ

0

ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ବାରମୁଲ୍ଲାରେ ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟି ପ୍ରାଣ ହରାଇଛନ୍ତି ୨ ଜଣ ଆତଙ୍କବାଦୀ। ବାରମୁଲ୍ଲାର ବାନିଗାଓଁ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ଆତଙ୍କବାଦୀ। ସେମାନଙ୍କଠାରୁ ଏକେ-୪୭ ସମେତ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

ଏହି ଅସ୍ତ୍ରଶସ୍ତ୍ର କେଉଁଠାରୁ ଆସିଛି ତାହାର ତଦନ୍ତ ଜାରି ରହିଛି । ପ୍ରାଣ ହରାଇଥିବା ଆତଙ୍କବାଦୀ କେଉଁ ସଂଗଠନର ତାହା ସ୍ପଷ୍ଟ ହୋଇନାହିଁ । ଘଟଣାରେ ସାମିଲ ଥିବା ଅନ୍ୟ ଆତଙ୍କବାଦୀଙ୍କ ଲାଗି ସର୍ଚ୍ଚ ଅପରେସନ ଜାରି ରହିଛି। ସେପଟେ ଟେରର ଫଣ୍ଡିଂ ମାମଲାରେ ଏନଆଇଏ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ ଚାଲିଛି।

ଉତ୍ତର କଶ୍ମୀରର ବାରମୂଳା ଜିଲ୍ଲା ଅନ୍ତର୍ଗତ ୱାନିଗାମ୍‌ ପେୟୀନ କ୍ରୀରି ଅଞ୍ଚଳରେ ଆତଙ୍କବାଦୀମାନଙ୍କ ଉପସ୍ଥିତି ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ପାଇ ନିରାପତ୍ତା ବଳ ଆଜି ପ୍ରତ୍ୟୁଷରେ ସେଠାରେ ‘କର୍ଡନ୍‌ ଆଣ୍ଡ୍‌ ସର୍ଚ’ ଅଭିଯାନ ଆରମ୍ଭ କରିଥିଲା ବୋଲି ଜଣେ ପୁଲିସ ଅଧିକାରୀ ଗଣମାଧ୍ୟମକୁ କହିଛନ୍ତି।

Leave A Reply

Your email address will not be published.