ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆସନ୍ତାକାଲି ଝାରସୁଗୁଡା ପ୍ରଚାର ମୈଦାନରେ ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର

0

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସୋମବାର ସନ୍ଧ୍ୟାରେ ଶେଷ ହେଉଥିବାରୁ ଆସନ୍ତାକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ପ୍ରଚାର ପାଇଁ ନବୀନ ଝାରସୁଗୁଡ଼ା ଯିବେ । ସେହିପରି  ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ସପକ୍ଷରେ ପ୍ରଚାର ପାଇଁ ଧର୍ମେନ୍ଦ୍ର ଆସନ୍ତାକାଲି ସକାଳେ ଜନସଭାକୁ ସମ୍ବୋଧିତ କରିବା ସହ ଅପରାହ୍ନରେ ରୋଡ୍ ଶୋ’ କରିବେ ବୋଲି ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଅପରାହ୍ନରେ ଝାରସୁଗୁଡ଼ାର ସର୍କିଟ ହାଉସ୍ ପଡ଼ିଆଠାରେ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଅପରାହ୍ନ ୩ଟା ୩୫ମିନିଟରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ଯିବେ । ଝାରସୁଗୁଡ଼ା ବିମାନ ବନ୍ଦର ନିକଟରେ ସର୍କିଟ ହାଉସ ପଡ଼ିଆରେ ଏକ ଜନସଭାରେ ୪ଟା ୩୦ରୁ ୫ଟା ୧୫ମିନିଟ୍ ପର୍ଯ୍ୟନ୍ତ ରହିବେ ।

ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଏକ ଜନସଭାକୁ ସମ୍ବୋଧିତ କରିବା ପରେ ଅପରାହ୍ନ ୪ଟାରେ ଝାରସୁଗୁଡ଼ା ବସଷ୍ଟାଣ୍ଡଠାରୁ ସରବହାଲ ପର୍ଯ୍ୟନ୍ତ ଏକ ରୋଡ୍ ଶୋ’ରେ ଯାଇ ଦଳୀୟ ପ୍ରାର୍ଥୀ ଶ୍ରୀ ତ୍ରିପାଠୀଙ୍କ ସପକ୍ଷରେ ପ୍ରଚାର କରିବେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.