ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନ ପରିଦର୍ଶନରେ ଯିବେ ସୋଆ ଛାତ୍ରଛାତ୍ରୀ

0

ଭୁବନେଶ୍ୱର, ୧୦/୦୫ : କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନର ଆଇଆଇଟି ଯିବାକୁ ମନୋନୀତ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୭ ଜଣ ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମରେ ସୋଆର ଛାତ୍ରଛାତ୍ରୀମାନେ ରାଜସ୍ଥାନର ସାଂସ୍କୃତିକ ଭିତିଭୂମି ତଥା ଶିକ୍ଷାଗତ ଅଭିବୃଦ୍ଧି ସମ୍ପର୍କିତ ପ୍ରସଙ୍ଗ ଉପରେ ଅଧ୍ୟୟନ କରିବେ ।

ଏହି କାର୍ଯ୍ୟକ୍ରମ ନିମନ୍ତେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇବା ସହ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ଉପଦେଶ ଦେଇଛନ୍ତି । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ପାଇଁ ଏକ ସାମଗ୍ରିକ ଅଭିବୃଦ୍ଧିର ମାଧ୍ୟମ ହେବ ବୋଲି ମତ ବ୍ୟକ୍ତ କରିଛନ୍ତି ।

ଏହି ଅବସରରେ ସୋଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲିକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଓ ଆଇଏଏସ୍‌ର ଆସୋସିଏଟ୍ ପ୍ରଫେସର ଡକ୍ଟର ଅଂଶୁମାନ ଜେନା ଉପସ୍ଥିତ ଥିଲେ ।

Leave A Reply

Your email address will not be published.