ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ମୋଦୀ ଓ ନବୀନଙ୍କ ବୈଠକ ଶେଷ

0

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନଙ୍କ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଆଲୋଚନା ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଯେଉଁଥିରେ ଆସନ୍ତା ନିର୍ବାଚନରେ ବିଜେଡିର ଭୂମିକା କିପରି ରହିବ ଓ ତୃତୀୟ ସାମ୍ମୁଖ୍ୟରେ ସାମିଲ ହେବା ନେଇ ଚାଲିଥିବା ଆଲୋଚନା କେତେଦୂର ଠିକ୍ ସେ ବାବଦରେ ନବୀନ ସ୍ପଷ୍ଟ କରିଛନ୍ତି। ତୃତୀୟ ସାମ୍ମୁଖ୍ୟ ଗଠନ ନେଇ ପଚାରିବାରେ ସେ କହିଛନ୍ତି, ଏବେ ନୁହେଁ। ଏହି ସାମ୍ମୁଖ୍ୟରେ ଆମେ ନାହୁଁ। ଆଗାମୀ ନିର୍ବାଚନରେ ବିଜେଡି ଲୋକସଭା ଓ ବିଧାନସଭା ଆସନରେ ଏକାକି ଲଢ଼ିବ କି ପଚାରିବାରେ ସେ କହିଛନ୍ତି, ସର୍ବଦା ଏହା ଆମର ମୁଖ୍ୟ ନୀତି ରହିଆସିଛି।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା କହିଛନ୍ତି ନବୀନ ପଟ୍ଟନାୟକ । ବିଶେଷକରି ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଦାବି ଉପସ୍ଥାପନ କରିଛନ୍ତି ନବୀନ । ଭୁବନେଶ୍ବରରେ ଏୟାର ଟ୍ରାଫିକ ଜାମ ଯୋଗୁଁ ପୁରୀରେ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଏୟାରପୋର୍ଟ ପାଚେରୀ ପାଇଁ ଚିହ୍ନଟ କାମ ସରିଯାଇଛି। ଏହା ଜାଣିବା ପରେ ପ୍ରଧାନମନ୍ତ୍ରୀ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି କହିଛନ୍ତି।

ସେହିପରି ଭାରତ ନେଟ୍ ଫେଜ-୨ରେ ଓଡ଼ିଶାକୁ ସାମିଲ କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାରେ ଅସମ୍ପୂର୍ଣ୍ଣ ଥିବା ଜାତୀୟ ରାଜପଥଗୁଡିକୁ ସମ୍ପୂର୍ଣ୍ଣ କରିବା ସହ ଓଡ଼ିଶାର ପଞ୍ଚାୟତସ୍ତରରେ ଅଧିକରୁ ଅଧିକ ବ୍ୟାଙ୍କ ସ୍ଥାପନ ପାଇଁ ଦାବି କରାଯାଇଛି । ବର୍ତ୍ତମାନ ଓଡିଶାର ୬୭୯୮ ପଞ୍ଚାୟତ ମଧ୍ୟରୁ ୨୮୪୪ ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସେବା ଅଛି | ଅନ୍ୟ ପଞ୍ଚାୟତଗୁଡ଼ିକୁ ବ୍ୟାଙ୍କ ସେବାରେ ସାମିଲ ପାଇଁ ନବୀନ ମୋଦୀଙ୍କ ନିକଟରେ ଦାବି କରିଛନ୍ତି।

Leave A Reply

Your email address will not be published.