ପ୍ରମୁଖ ଖବର

ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ
ସୁଜାତାଙ୍କ ପାଖରେ ଥିବା ଦୁଇ ବିଭାଗର ଦାୟିତ୍ୱ ଶାଳିନୀ ପଣ୍ଡିତଙ୍କୁ ଦିଆଯାଇଛି
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ
ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ
ଶନିବାର ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଘସିପୁରା ବିଧାନସଭା ଆସନରେ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

0

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ ।

ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ବାଦଶ ପରୀକ୍ଷା ହୋଇଥିଲା । ଚଳିତବର୍ଷ ଦେଶର ୭ହଜାର ୨୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୨୧ ଲକ୍ଷ ୮୬ ହଜାର ୯୪୦ ଜଣ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ଦେଇଥିବାବେଳେ ଦ୍ୱାଦଶ ଶ୍ରେଣୀରେ ୧୬ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

Leave A Reply

Your email address will not be published.