ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ

0

ପୁରୀ: ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା ଅବସରରେ ବିଧି ଓ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସକାଳ ଧୂପ ସରିବା ପରେ ରଥଖଳାକୁ ବିଜେ କରିବ ଆଜ୍ଞାମାଳ । ମହାରଣା ସେବାୟତଙ୍କ ଉପସ୍ଥିତିରେ ଭୋଇ ସେବକମାନେ ତିନି ରଥର ଦୁଇଟି ଲେଖାଏଁ ଚକରେ ଗୋଟିଏ ଲେଖାଏଁ ଅଖ ଡେରା ନିତୀ ସମ୍ପର୍ଣ୍ଣ କରିବେ ।

ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ଶୁକ୍ରବାର ୨୦ ତମ ଦିବସ ହୋଇଥିବା ବେଳେ ଭଉଁରୀ ବିଧି ପାଳନ କରାଯିବ । ଏହି ଅବସରରେ ନରେନ୍ଦ୍ର ରାତ୍ର ଚାପରେ ମହାପ୍ରଭୁଙ୍କୁ ୨୧ ଘେରା ନୌକା ବିହାର କରିବାର ପରମ୍ପରା ରହିଛି । ପ୍ରଭୁଙ୍କ ନୌକାଗୁଡିକୁ ୭ ଘେରା ଲେଖା ବୁଲା ଯିବାର ବିଧି ରହିଛି। ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ ହୋଇଥିବାରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ।

ଅପରାହ୍ନ ୪ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣିବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ। ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave A Reply

Your email address will not be published.