ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଝାରସୁଗୁଡ଼ାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟୀ

0

ଝାରସୁଗୁଡ଼ା:ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜେଡିର ବାଜିମାତ। ଆଉ ଏକ ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଲା ବିଜେଡି। ଏଠାରେ ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ଜିତିଛି। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।

ଆଜି ଗଣତି ଆରମ୍ଭରୁ ସମସ୍ତ ରାଉଣ୍ଡରେ ଆଗରେ ରହିଥିଲା ବିଜେଡି । ୧୯ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୭ ହାଜର ୩ ଖଣ୍ଡ ଭୋଟ୍‌ ପାଇଥିବାବେଳେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮ ହଜାର ୩୮୪ ଖଣ୍ଡ ଭୋଟ୍‌ ପାଇଥିଲେ । ସେହିପରି କଂଗ୍ରେସ ଖାତାକୁ ଯାଇଛି ୪ ହଜାର ୪୭୩ ଖଣ୍ଡ ଭୋଟ୍‌ । ୨୦୧୯ ନିର୍ବାଚନ ତୁଳନାରେ ଅଧିକ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛି ବିଜୁ ଜନତା ଦଳ ।

ଦୀପାଳି ଦାସ ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି । ୨୦୧୯ରେ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ। ହେଲେ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।। ସର୍ବଶେଷ ସୂଚନା ଅନୁଯାୟୀ, ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଛି। ଏଣେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାଇଛନ୍ତି ୫୮, ୩୮୪ ଭୋଟ। ତେଣେ କଂଗ୍ରେସ ପ୍ରାର୍ଥୀ ୪, ୪୭୩  ଖଣ୍ଡ ଭୋଟ ପାଇଛନ୍ତି।

Leave A Reply

Your email address will not be published.