ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

କଲମ୍ବୋରେ ଆୟୋଜିତ ଆଇଆଇଆଇଇ ସିଇଓ ସମ୍ମିଳନୀରେ ସୋଆ ସମ୍ମାନିତ

0

ଭୁବନେଶ୍ୱର, ୧୬/୦୫ : ଜାତୀୟ ସ୍ତରୀୟ ବୃତିଗତ ଅନୁଷ୍ଠାନ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍‌ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ଶ୍ରୀଲଙ୍କାର କଲମ୍ବୋରେ ନିକଟରେ ଆୟୋଜିତ ଏହାର ୨୩ତମ ସିଇଓ ସମ୍ମିଳନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନଜନକ “ପରଫର୍ମାନ୍ସ ଏକ୍ସିଲେନ୍ସ ଆୱାର୍ଡ”ରେ ସମ୍ମାନିତ କରାଯାଇଛି ।

ସୋମବାର ଆଇଆଇଆଇଇ ଜାତୀୟ କାଉନ୍‌ସିଲ୍‌ର ଅଧ୍ୟକ୍ଷ ଡକ୍ଟର ଅମୀୟ ବେହେରା ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଏଠାରେ ଭେଟି ଏହି ସମ୍ମାନ ପ୍ରଦାନ କରିଛନ୍ତି । କାର୍ଯ୍ୟଧାରାରେ ଶ୍ରେଷ୍ଠତା ହାସଲ କରିବାର ଲକ୍ଷ୍ୟ ନେଇ ଅବିରତ ଉଦ୍ୟମ ଜାରି ରଖିଥିବାରୁ ସୋଆକୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ଡକ୍ଟର ବେହେରା କହିଛନ୍ତି । ବିଗତ ୬ ଦଶନ୍ଧି ହେବ ଆଇଆଇଆଇଇ ଇଣ୍ଡଷ୍ଟିଆଲ୍ ଇଞ୍ଜିନିୟରିଂ କ୍ଷେତ୍ରକୁ ପରିବ୍ୟାପ୍ତ, ବିକଶିତ ଓ ଉନ୍ନତ କରିବାର ଲକ୍ଷ୍ୟ ନେଇ କାର୍ଯ୍ୟ କରିଆସୁଛି ।

ଏହି ସମ୍ମିଳନୀ ଟି ମେ’ ୫ ରୁ ୭ ତାରିଖ ପର୍ଯ୍ୟନ୍ତ କଲମ୍ବୋ ଠାରେ ଆୟୋଜିତ ହୋଇଥିବା ବେଳେ ଏହି ସ୧ିଳନୀରେ ପ୍ରସଙ୍ଗ ଥିଲା “ସର୍କୁଲାର ଇକୋନୋମି ଆଣ୍ଡ ଷ୍ଟ୍ରାଟେଜିକ୍ ସଷ୍ଟେନେବଲ ଡେଭଲପ୍‌ମେଂଟ” । ବିଶ୍ୱସ୍ତରୀୟ ବ୍ୟବସ୍ଥାକୁ ଆପଣାଇଥିବା ଅନୁଷ୍ଠାନମାନଙ୍କୁ ଚିହ୍ନଟ ଓ ସମ୍ମାନିତ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା ।

ଏହି ସମ୍ମିଳନୀରେ ରେ ମ୍ୟାନେଜମେଂଟ ଗୁରୁ, ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ନେତୃତ୍ୱ, ରାଷ୍ଟ୍ରଦୂତ, ଶିକ୍ଷାବିତ୍‌, ଗଣମାଧ୍ୟମ ବ୍ୟକ୍ତିବିଶେଷ, କର୍ପୋରେଟ ନେତୃତ୍ୱ ଏବଂ ବିଶ୍ୱର ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ସାମିଲ ହୋଇ ସେମାନଙ୍କର ବିଚାରଧାରା ଓ ଗବେଷଣା ସମ୍ପର୍କିତ ମତ ଉପସ୍ଥାପନ କରିଥିଲେ ।

Leave A Reply

Your email address will not be published.