ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ଗଡିଲା ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’

0

ପୁରୀ: ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭର୍ଚୁଆଲ ମୋଡରେ ପୁରୀ-ହାୱାଡା ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଲୋକାର୍ପଣ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଉଦଘାଟନୀ ଉତ୍ସବରେ ପୁରୀ ଷ୍ଟେସନରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭର୍ଚୁଆଲ ମୋଡରେ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ସାଂସଦ ଓ ବିଧାୟକ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି ।

ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ। ପୁରୀରୁ ଏହି ଟ୍ରେନ୍ ଦିନ ୧ଟା ୫୦ରେ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ସେହିଭଳି ହାୱଡ଼ାରୁ ସକାଳ ୬ଟା ୧୦ରେ ବାହାରି ୧୨ଟା ୩୫ରେ ପୁରୀରେ ପହଞ୍ଚିବ।

ବନ୍ଦେ ଭାରତ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା। ବନ୍ଦେ ଭାରତରେ ଭାରତର ଗତି ଓ ପ୍ରଗତି ପ୍ରତିଫଳିତ ହେଉଛି। ପୁରୀରୁ କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ। ଏହା ଦ୍ୱାରା ସମୟ ବଞ୍ଚିବ ଓ ବ୍ୟବସାୟ ବଢ଼ିବ। ତେବେ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ। ପୁରୀରୁ ରାଉରକେଲା ଓ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ବନ୍ଦେ ଭାରତ ଏକ୍ସପ୍ରେସ ଚଲାଇବା ପାଇଁ ସେ ଦାବି କରିଥିଲେ। ଏହା ସହିତ ଅନୁଗୁଳୁ-ସୁକିନ୍ଦା ଓ ପାରାଦୀପ-ହରିଦାସପୁର ଲାଇନରେ ପାସେଞ୍ଜର ଟ୍ରେନ୍ ଚଲାଇବାକୁ ସେ ଦାବି କରିଥିଲେ।

Leave A Reply

Your email address will not be published.