ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଆଜିଠୁ ବନ୍ଦ ରହିବ ହାଇକୋର୍ଟ

0

ଭୁବନେଶ୍ବର: ଆଜିଠୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି । ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ । ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ ୧୩ତାରିଖରେ ଜରୁରୀମାମଲାର ଶୁଣାଣି କରିବେ । କାଲି ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ ।

ସେହିପରି ମେ’ ୩୦ତାରିଖରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ । ସେହିପରି ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

ସେପଟେ ଜୁନ୍ ୬ ଓ ୮ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ, ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜୁନ୍ ୧୨ ଓ ୧୩ରେ ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ଏସକେ ମିଶ୍ରଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ  ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି  ।

ଯେଉଁ ଜରୁରୀ ମାମଲା ଗୁଡ଼ିକ ଗ୍ରୀଷ୍ମ ଅବକାଶ ଶେଷ ପରେ କୋର୍ଟ ଖୋଲିବା ପର୍ଯ୍ୟନ୍ତ ଅପେକ୍ଷା କରି ନପାରିବ ସେଗୁଡ଼ିକ କାର୍ଯ୍ୟ ଦିବସର ଦିନ ୧୧ଟାରୁ ୧୨ ମଧ୍ୟରେ କମ୍ପ୍ୟୁଟର ଫାଇଲିଂ କାଉଣ୍ଟରରେ ଦାୟର କରାଯିବ  । ସେଗୁଡ଼ିକୁ ଅବକାଶକାଳୀନ ଖଣ୍ଡପୀଠଙ୍କ ନିକଟରେ ଶୁଣାଣି ପାଇଁ ତାଲିକା ଭୁକ୍ତ କରାଯିବ ।

Leave A Reply

Your email address will not be published.