ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ସୋଆ ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆରମ୍ଭ

0

ଭୁବନେଶ୍ୱର, ୨୨/୦୫: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ । ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ସୋମବାର ମହିଳାମାନଙ୍କ ନିମନ୍ତେ ଆରମ୍ଭ ହୋଇଥିବା ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ନୀତା ମହାନ୍ତି ।

ତୃତୀୟ ଥର ପାଇଁ ଦୁଇ ସପ୍ତାହବ୍ୟାପୀ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମହିଳାମାନେ କିଭଳି ରୁଚିକର ଓ ପୁଷ୍ଟିକର ଖାଦ୍ୟ ପ୍ରସ୍ତୁତ କରିପାରିବେ ଓ ଠିକ୍ ଭାବେ ପରଷି ପାରିବେ ତାହା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପ୍ରଫେସର ମହାନ୍ତି କହିଥିଲେ । ଏହି କାର୍ଯ୍ୟକ୍ରମରେ ଏସ୍‌କମ୍ ଇଣ୍ଡିଆ ଇନୋଭେସନ୍ ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ତଥା ଦହିବରା ଏକ୍ସପ୍ରେସ୍‌ର ସିଇଓ ଶ୍ରୀ ସୌରଭ ଖଣ୍ଡେଲୱାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କୋଭିଡ ମହାମାରୀ ପରେ ଅନେକ ମହିଳା ଘରେ କ୍ଲାଉଡ କିଚେନ୍ ଆରମ୍ଭ କରିଥିବା ପ୍ରକାଶ କହିଥିଲେ । ତେଣୁ ଏଭଳି କାର୍ଯ୍ୟକ୍ରମ ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବାରେ ସାହାଯ୍ୟ କରିବ ବୋଲି ସେ କହିଥିଲେ ।

ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଓ ଆସିଷ୍ଟାଂଟ ପ୍ରଫେସର ତଥା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସଂଯୋଜକ (ଡକ୍ଟର) ପତିତପାବନ ମହାନ୍ତି ମଧ୍ୟ ବକ୍ତବ୍ୟ ରଖିଥିଲେ । ଶେଷରେ ଏସ୍‌ଏଚ୍‌ଏମ୍‌ର ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସୁସ୍ୱାଦୁକର ଭାରତୀୟ ବ୍ୟଞ୍ଜନ, ପୁଷ୍ଟିକର କନ୍‌ଟିନେଂଟାଲ୍ ବ୍ୟଞ୍ଜନ, ବେକରି ଏବଂ ବିଭିନ୍ନ ପ୍ରକାରର ମକ୍‌ଟେଲ୍ ପ୍ରସ୍ତୁତିର ପ୍ରଶିକ୍ଷଣ ଦିଆଯିବ । ପ୍ରତ୍ୟେକ ଦିନ ୨ଟାରୁ ୫ ଟା ପର୍ଯ୍ୟନ୍ତ ପ୍ରଶିକ୍ଷଣ ଦିଆଯିବ

Leave A Reply

Your email address will not be published.