ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସୋଆରେ ରାଜ୍ୟସ୍ତରୀୟ ଏନ୍‌ଏସ୍‌ଏସ୍ କଲ୍‌ଚରାଲ୍ ଫେଷ୍ଟ ଆୟୋଜିତ

0

ଭୁବନେଶ୍ୱର,୨୩/୫: ନ୍ୟାସ୍‌ନାଲ୍ ସର୍ଭିସ୍ ସ୍କିମ୍ (ଏନ୍‌ଏସ୍‌ଏସ୍‌)ରେ ସାମିଲ ହେବା ଛାତ୍ରଛାତ୍ରୀମାନଙ୍କର ବ୍ୟକ୍ତିଗତ ଜୀବନର ଗୁଣବତାକୁ ବୃଦ୍ଧି କରିବାରେ ସହାୟକ ଅଟେ ବୋଲି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏନ୍‌ଏସ୍‌ଏସ୍‌ର ରାଜ୍ୟସ୍ତରୀୟ କଲ୍‌ଚରାଲ୍ ଫେଷ୍ଟର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ରବିବାର ଯୋଗ ଦେଇ ଏହା କହିଛନ୍ତି ଶ୍ରୀ ସେଠୀ । ଓଡ଼ିଶାର ୧୯ଟି ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦରୁ ପ୍ରାୟ ୨୦୦ ଜଣ ଏନ୍‌ଏସ୍‌ଏସ୍‌ର ପ୍ରୋଗ୍ରାମ ଅଫିସର ଓ ସ୍ୱେଚ୍ଛାସେବୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ମହାଭାରତର ଉଦାହରଣ ଦେଇ ଶ୍ରୀ ସେଠୀ କହିଥିଲେ ଯେ ଦାନ ଓ ଦୟା ଭଳି ଗୁଣ ଭାରତୀୟ ସଂସ୍କୃତି ସହ ଯୋଡି ହୋଇ ରହିଛି ଯାହାକୁ କି ଛାତ୍ରଛାତ୍ରୀମାନେ ଆହରଣ କରିବା ଆବଶ୍ୟକ । ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ “ବସୁଧୈବ କୁଟୁମ୍ବକମ୍‌” ପ୍ରସଙ୍ଗ ଉପରେ ଆଲୋକପାତ କରିବା ସହ ପ୍ରତିକୂଳ ପରିସ୍ଥିତିରେ ଖାପ ଖୁଆଇପାରିଲେ ଏକ ସୁଖ ଜୀବନଯାପନ କରିବା ସମ୍ଭବ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଏନ୍‌ଏସ୍‌ଏସ୍ ଅଫିସର ତଥା ଉଚ୍ଚଶିକ୍ଷା ବିଭାଗର ଉପ ଶାସନ ସଚିବ ଶ୍ରୀ ରମେଶ ଚନ୍ଦ୍ର ବେହେରା, ଏନ୍‌ଏସ୍‌ଏସ୍‌ର ଆଂଚଳିକ ନିର୍ଦ୍ଦେଶିକା ସୁଶ୍ରୀ ସରିତା ପଟେଲ୍‌, ସୋଆ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ କୋର୍ଡିନେଟର ପ୍ରଫେସର ନଚିକେତା କେ. ଶର୍ମା, ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଓ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର ପ୍ରଫେସର କମଳଲୋଚନ ମହନ୍ତ ବକ୍ତବ୍ୟ ରଖିଥିଲେ ।

ଏହି ଅବସରରେ ଶ୍ରୀ ବେହେରା ଯୁବପିଢ଼ି ଦେଶର ସାଂସ୍କୃତିକ ପରମ୍ପରା ଉପରେ ଆଗ୍ରହ ରଖିବା ଉଚିତ୍ କହିଥିବା ବେଳେ ସୁଶ୍ରୀ ପଟେଲ୍ କହିଥିଲେ ଯେ ଛାତ୍ରଛାତ୍ରୀମାନେ ଭାରତୀୟ ସଂସ୍କୃତିକୁ ବୁଝିଲେ ହିଁ ଲୋକମାନଙ୍କ ମଧ୍ୟରେ ଏକତା ବଜାୟ ରହିବ । ପ୍ରଫେସର ଶର୍ମା ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କର ତମାଖୁମୁକ୍ତ ପରିବେଶ ଉଦ୍ଦେଶ୍ୟରେ ସଚେତନତା କାର୍ଯ୍ୟକ୍ରମ ସମ୍ପର୍କରେ ତଥ୍ୟ ଉପସ୍ଥାପନା କରିଥିବା ବେଳେ ସମାଜର ହିତ ନିମନ୍ତେ ଏନ୍‌ଏସ୍‌ଏସ୍ କିଭଳି କାର୍ଯ୍ୟ କରୁଛି ସେ ବିଷୟରେ ପ୍ରଫେସର ଦାସ ବକ୍ତବ୍ୟ ରଖିଥିଲେ ।

Leave A Reply

Your email address will not be published.