ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ସୋଆରେ ରାଜ୍ୟସ୍ତରୀୟ ଏନ୍‌ଏସ୍‌ଏସ୍ କଲ୍‌ଚରାଲ୍ ଫେଷ୍ଟ ଉଦ୍‌ଯାପିତ

0

ଭୁବନେଶ୍ୱର,୨୬/୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ତିନି ଦିନ ଧରି ଚାଲିଥିବା ଏନ୍‌ଏସ୍‌ଏସ୍‌ର ରାଜ୍ୟସ୍ତରୀୟ କଲ୍‌ଚରାଲ୍ ଫେଷ୍ଟ କାର୍ଯ୍ୟକ୍ରମ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ଉତ୍ସବରେ ଓଡ଼ିଶାର ୧୯ଟି ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦରୁ ପ୍ରାୟ ୨୦୦ ଜଣ ଏନ୍‌ଏସ୍‌ଏସ୍‌ର ପ୍ରୋଗ୍ରାମ ଅଫିସର ଓ ସ୍ୱେଚ୍ଛାସେବୀ ଯୋଗ ଦେଇଥିଲେ । ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟ ଏନ୍‌ଏସ୍‌ଏସ୍ ଅଫିସର ତଥା ଉଚ୍ଚଶିକ୍ଷା ବିଭାଗର ଉପ ଶାସନ ସଚିବ ଶ୍ରୀ ରମେଶ ଚନ୍ଦ୍ର ବେହେରା ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍‌ର ୧୦ ଜଣ ସ୍ୱେଚ୍ଛାସେବୀ ନିଜର ଅନୁଭୂତି ବିଷୟରେ କହିଥିବା ବେଳେ ସୋଆ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ କୋର୍ଡିନେଟର ପ୍ରଫେସର ନଚିକେତା କେ. ଶର୍ମା ଏହି ଶିବିରର ରିପୋର୍ଟ ଉପସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଶିବିରରେ ଆୟୋଜିତ ହୋଇଥିବା ଏକ ଟକ୍ ଶୋ’ରେ ‘ସଲାମ୍ ଜୀବନ’ର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ମହମଦ ଇମ୍ରାନ୍ ଅଲ୍ଲୀ ସ୍ୱେଚ୍ଛାସେବୀମାନଙ୍କୁ ମଦ୍ୟ ପାନ, ଡ୍ରଗ୍ସ ଏବଂ ଧୁମ୍ରପାନ ଭଳି ନିଶା ଠାରୁ ଦୂରେଇ ରହିବାକୁ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା ଓ ଶେଷରେ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ଏନ୍‌ଏସଏସ୍ ପ୍ରୋଗ୍ରାମ ଅଫିସର ଡକ୍ଟର ମୌ ରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.