ପ୍ରମୁଖ ଖବର

ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ
ସୁଜାତାଙ୍କ ପାଖରେ ଥିବା ଦୁଇ ବିଭାଗର ଦାୟିତ୍ୱ ଶାଳିନୀ ପଣ୍ଡିତଙ୍କୁ ଦିଆଯାଇଛି
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ
ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ
ଶନିବାର ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଘସିପୁରା ବିଧାନସଭା ଆସନରେ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ

ସୋଆରେ ରାଜ୍ୟସ୍ତରୀୟ ଏନ୍‌ଏସ୍‌ଏସ୍ କଲ୍‌ଚରାଲ୍ ଫେଷ୍ଟ ଉଦ୍‌ଯାପିତ

0

ଭୁବନେଶ୍ୱର,୨୬/୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ତିନି ଦିନ ଧରି ଚାଲିଥିବା ଏନ୍‌ଏସ୍‌ଏସ୍‌ର ରାଜ୍ୟସ୍ତରୀୟ କଲ୍‌ଚରାଲ୍ ଫେଷ୍ଟ କାର୍ଯ୍ୟକ୍ରମ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ଉତ୍ସବରେ ଓଡ଼ିଶାର ୧୯ଟି ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦରୁ ପ୍ରାୟ ୨୦୦ ଜଣ ଏନ୍‌ଏସ୍‌ଏସ୍‌ର ପ୍ରୋଗ୍ରାମ ଅଫିସର ଓ ସ୍ୱେଚ୍ଛାସେବୀ ଯୋଗ ଦେଇଥିଲେ । ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟ ଏନ୍‌ଏସ୍‌ଏସ୍ ଅଫିସର ତଥା ଉଚ୍ଚଶିକ୍ଷା ବିଭାଗର ଉପ ଶାସନ ସଚିବ ଶ୍ରୀ ରମେଶ ଚନ୍ଦ୍ର ବେହେରା ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍‌ର ୧୦ ଜଣ ସ୍ୱେଚ୍ଛାସେବୀ ନିଜର ଅନୁଭୂତି ବିଷୟରେ କହିଥିବା ବେଳେ ସୋଆ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ କୋର୍ଡିନେଟର ପ୍ରଫେସର ନଚିକେତା କେ. ଶର୍ମା ଏହି ଶିବିରର ରିପୋର୍ଟ ଉପସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଶିବିରରେ ଆୟୋଜିତ ହୋଇଥିବା ଏକ ଟକ୍ ଶୋ’ରେ ‘ସଲାମ୍ ଜୀବନ’ର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ମହମଦ ଇମ୍ରାନ୍ ଅଲ୍ଲୀ ସ୍ୱେଚ୍ଛାସେବୀମାନଙ୍କୁ ମଦ୍ୟ ପାନ, ଡ୍ରଗ୍ସ ଏବଂ ଧୁମ୍ରପାନ ଭଳି ନିଶା ଠାରୁ ଦୂରେଇ ରହିବାକୁ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା ଓ ଶେଷରେ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ଏନ୍‌ଏସଏସ୍ ପ୍ରୋଗ୍ରାମ ଅଫିସର ଡକ୍ଟର ମୌ ରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.