ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସୋଆକୁ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ ପ୍ରଦାନ

0

ଭୁବନେଶ୍ୱର, ୨୯ ମେ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନରେ ସମ୍ମାନିତ କରାଯାଇଛି । ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ପ୍ରଦାନ କରାଯାଇଥିବା ସମ୍ମାନ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସୋଆ ଓଡ଼ିଶାର ଏକ ନମ୍ବର ଏବଂ ଦେଶର ୧୪ ତମ ସ୍ଥାନରେ ସ୍ଥାନିତ ହୋଇଛି ।

ସେହିପରି ସୋଆକୁ ‘ଏଗ୍‌ଜେମ୍‌ପ୍ଲାରୀ ରିସର୍ଚ୍ଚର ଅଫ୍ ଦ ଇୟର୍‌’ (ଚଳିତ ବର୍ଷର ଉଦାହରାଣତ୍ମକ ଗବେଷକ) ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଛି । ଏହି କ୍ଷେତ୍ରରେ ସୋଆ ଓଡ଼ିଶାରେ ପ୍ରଥମ ଓ ଦେଶରେ ଚତୁର୍ଥ ସ୍ଥାନରେ ରହିଛି । ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜ ରଞ୍ଜନ ନାୟକଙ୍କ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି ଶ୍ରୀ ପ୍ରୀତମ ନାୟକ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏଜୁକେସନ୍ ୱାର୍ଲ୍ଡର ପ୍ରକାଶକ ଓ ସମ୍ପାଦକ ଶ୍ରୀ ଦିଲ୍ଲୀପ୍ ଠାକୋରଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ ।

ଏହି ଅବସରରେ ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ୟୁନିଭର୍ସିଟିଜ୍‌ର ଡେପୁଟି ଡାଇରେକ୍ଟର (ଇଭାଲୁଏସନ୍‌) ଶ୍ରୀ କୁଲ୍‌ଦୀପ ଡଗର ଏବଂ ଆଫେୟାର୍ସ ଏଗ୍‌ଜିଭିସନ୍ ଆଣ୍ଡ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ପ୍ରତିଷ୍ଠାତା ଏବଂ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଞ୍ଜିବ ବୋଲିଆ ଉପସ୍ଥିତ ଥିଲେ ।

Leave A Reply

Your email address will not be published.