ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ପବିତ୍ର ସ୍ନାନ ପୂର୍ଣ୍ଣମୀରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୁରତି

0

ପୁରୀ: ରତ୍ନବେଦୀ ଛାଡି ସ୍ନାନବେଦୀକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାମୁରତି। ବର୍ଷକରେ ଥରେ ପ୍ରତ୍ୟେକ୍ଷ ସ୍ନାନଯାତ୍ରା ଦେଖିବାକୁ ବଡଦାଣ୍ଡରେ ଅପେକ୍ଷା କରିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ୧୦୮ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀବିଗ୍ରହ। ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ତିଥିରେ ରାତି ୨ଟାରୁ ଦଇତାପତି ନିଯୋଗ ତରଫରୁ ଆରମ୍ଭ ହୋଇଥିଲା ନୀତିକାନ୍ତି। ଭୋର ପ୍ରାୟ ୪ଟା୪୫ ରେ ମଙ୍ଗଳାର୍ପଣ ନୀତି ପରେ ଆରମ୍ଭ ହୋଇଥିଲା ପହଣ୍ଡି। ପ୍ରଥମେ ସୁଦର୍ଶନ ପରେ ବଡ଼ଠାକୁର, ପରେ ଭଗିନୀ ଦେବୀ ସୁଭଦ୍ରାଙ୍କ ପରେ ଶେଷରେ ସ୍ନାନବେଦୀକୁ ଧାଡି ପହଣ୍ଡିରେ ବିଜେ କରିଥିଲେ କଳାଠାକୁର। ସେପଟେ ଅପରାହ୍ନ ପ୍ରାୟ ୨ ଟା ରେ ହେବ ଗଜାନନ ବେଶ।ସେପଟେ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟରେ ସରିଛି ଏବଂ ସଠିକ ସମୟରେ ଗଜାନନ ବା ହାତୀ ବେଶରେ ଦର୍ଶନ କରିବେ ଶ୍ରଦ୍ଧାଳୁ ବୋଲି ପ୍ରତିକ୍ରିୟା ରହିଛନ୍ତି ମୁଖ୍ୟ ପ୍ରଶାସକ ଏବଂ ମୁଖ୍ୟ ଶାସନ ସଚିବ।

ସେଵାୟତ ଓ ପ୍ରଶାସନ ମଧ୍ୟରେ ଉତ୍ତମ ସମନ୍ବୟ ଯୋଗୁଁ ଶୃଙ୍ଖଳିତ ଭାବରେ ନୀତି ଚାଲୁ ରହିଛି। ଅନ୍ୟପଟରେ ପ୍ରଚଣ୍ଡ ଗୁଳୁଗୁଳି ସତ୍ତ୍ୱେ ବଡଦାଣ୍ଡରେ ପ୍ରତୀକ୍ଷା କରିଛନ୍ତି ଶ୍ରଦ୍ଧାକୁ। ଭକ୍ତମୟ ପରିବେଶରେ ଗଗନ ପବନ ପ୍ରକମ୍ପିତ କରୁଛି ଜୟ ଜଗନ୍ନାଥ ଧ୍ଵନି।ମର୍ଚିକୋଟ ଛକଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଲମ୍ବିଛି ସ୍ୱତନ୍ତ୍ର ବ୍ୟାରିକେଡ। ଭକ୍ତଙ୍କ ପାଇଁ ପ୍ରଶାସନ ତରଫରୁ ପାନୀୟ ଜଳର ସୁବିଧା, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା,ଅଗ୍ନିଶମ ବିଭାଗ ପକ୍ଷରୁ ଜଳସିଞ୍ଚନ,ଧାଡି ଭିତରେ ପାଣି ବଣ୍ଟନର ବ୍ୟବସ୍ଥା କରାଯାଇଥିବା ବେଳେ ୬୦ ପ୍ଲାଟୁନ ଫୋର୍ସ,ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ସ୍ନାନଯାତ୍ରା।

Leave A Reply

Your email address will not be published.