ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ରଜଭେଟି ଦେଲେ ନବୀନ; ମହଙ୍ଗା ଭତ୍ତା ୪% ବଢ଼ିଲା

0

ଭୁବନେଶ୍ବର: ଆସନ୍ତାକାଲି ପହଲି ରଜର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ପେନସନଧାରୀ ମଧ୍ୟ ଏହି ସୁବିଧା ପାଇପାରିବେ। ଏଥିସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ବୃଦ୍ଧି ପାଇ ୪୨ ପ୍ରତିଶତରେ ପହଞ୍ଚିଛି। ଏହିଭଳି ମୋଟ ୭ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ ଭୋଗୀଙ୍କୁ ଏହି ସୁବିଧା ମିଳିବ।

ରାଜ୍ୟ ସରକାର ଏକ ପ୍ରେସ ଇସ୍ତାହାରରେ କହିଛନ୍ତି ଯେ ୨୦୨୩ ଜାନୁଆରି ପହିଲାରୁ ସରକାରୀ କର୍ମଚାରୀମାନେ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ପାଇବେ। ଏହି ବର୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।

Leave A Reply

Your email address will not be published.