ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପ୍ରକାଶ ପାଇଲା ନିଟ୍ ୟୁଜି ପରୀକ୍ଷାଫଳ

0

ନୂଆଦିଲ୍ଲୀ : ଆଜି ପ୍ରକାଶ ପାଇଛି ଜାତୀୟ ଟେଷ୍ଟିଂ ଏଜେନ୍ସି  ପକ୍ଷରୁ କରାଯାଇଥିବା (ନିଟ୍ ) ୨୦୨୩ ପରୀକ୍ଷାଫଳ। ଚଳିତ ଥର ନିଟରେ ଦୁଇଜଣ ଛାତ୍ର ଟପ୍ କରିଛନ୍ତି । ତାମିଲନାଡୁର ପ୍ରଭଞ୍ଜନ ଜେ ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ହାସଲ କରି ସର୍ବଭାରତୀୟ ସ୍ତରରେ ରାଙ୍କ-୧ ହାସଲ କରିଛନ୍ତି ।

ଏଥର ମୋଟ ୨୦ ଲକ୍ଷ ୩୮ ହଜାର ୫୯୬ ଜଣ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୧ ଲକ୍ଷ ୪୫ ହଜାର ୯୭୬ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ଓଡ଼ିଶାରୁ ପ୍ରାୟ ୫୭୦୯୨ ଜଣ ଏହି ପରୀକ୍ଷା ପାଇଁ ପଂଜୀକରଣ କରିଥିବାବେ​ଳେ ୫୫୮୬୬ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୨୮୩୩୦ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଓ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ରଖି ସାରା ଦେଶରେ ଟପ୍ପର ହୋଇଛନ୍ତି । ଓଡ଼ିଶାର ସ୍ବୟଂ ଶକ୍ତି ତ୍ରିପାଠୀ ୭୧୫ ମାର୍କ ରଖିବା ସହ ସାରା ଦେଶରେ ୮ମ ସ୍ଥାନରେ ଅଛନ୍ତି । ସେହିପରି ଓଡ଼ିଶାର ସୂର୍ଯ୍ଯ ପ୍ରତାପ ମିଶ୍ର ୭୧୦ ମାର୍କ ରଖି ସର୍ବଭାରତୀୟ ସ୍ତରରେ ୩୫ ତମ ସ୍ଥାନରେ ଅଛନ୍ତି । ସେହିପରି ପ୍ରଞ୍ଜାଲ୍ ଅଗ୍ରଓ୍ବାଲ୍ ଝିଅମାନଙ୍କ ମଧ୍ୟରେ ଟପ୍ପର ହୋଇଛନ୍ତି । ସେ ସର୍ବଭାରତୀୟ ସ୍ତରରେ ୪ ନମ୍ବର ରାଙ୍କ ପାଇଛନ୍ତି । ଝିଅ ମାନଙ୍କ ମଧ୍ୟରେ ଓଡ଼ିଶାର ଅଭିପସା ଚୌଧୁରୀ ୧୬ତମ ସ୍ଥାନରେ ଅଛନ୍ତି ।

Leave A Reply

Your email address will not be published.