ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ସରିଲା ମହାପ୍ରଭୁଙ୍କ ନବଯୋୖବନ ଦର୍ଶନ

0

ପୁରୀ: ସରିଯାଇଛି ଚତୁର୍ଦ୍ଧାମୁରତିଙ୍କ ପବିତ୍ର ନବଯୌବନ ଦର୍ଶନ । ଅନବସର ଗୁପ୍ତନୀତି ଶେଷ ପରେ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଥିଲେ ମହାପ୍ରଭୁ । ୩ ଘଣ୍ଟା ଦର୍ଶନ ବ୍ୟବସ୍ଥା ରହିଥିବାରୁ ଆଜି ସକାଳ ୮ଟାରୁ ଏକ ଘଣ୍ଟା ଧରି ପାରମାଣିକ ଟିକେଟ ଦର୍ଶନ ହୋଇଥିଲା । ପରେ ଦିନ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହୋଇଥିଲା । ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ଦେଇ ପରିମାଣିକ ଟିକେଟ ଦର୍ଶନ ପାଇଁ ଭକ୍ତ ଯିବାକୁ ନିଷ୍ପତି ହୋଇଥିଲା ।

ସର୍ବସାଧାରଣ ବା ସାହାଣମେଲା ଦର୍ଶନରେ ଭକ୍ତ ସିଂହଦ୍ବାର ଦେଇ ପ୍ରବେଶ କରି ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରିଥିଲେ । ଏବେ ଦର୍ଶନ ବନ୍ଦ ରହିଛି । ରଥଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି । ୧୧ଟା ପରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇ ରଥଯାତ୍ରା ନୀତିକାନ୍ତି ଅନୁଷ୍ଠିତ ହେବ । ଭକ୍ତ କେବଳ ବେଢା ପରିକ୍ରମା ସହ ଶ୍ରୀମନ୍ଦିର ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରିପାରିବେ ।

Leave A Reply

Your email address will not be published.