ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଭାରତୀୟ ସେନାରେ ଯୋଗ ଦେବେ ସୋଆ ଛାତ୍ର

0

ଭୁବନେଶ୍ୱର, ଜୁନ୍ ୧୯: ଭାରତୀୟ ସେନାରେ ଯୋଗ ଦେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ର ଶ୍ରୀ ଅଙ୍କିତ ରାଜ ବିଶ୍ୱାଳ । ନିକଟରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କମ୍ପ୍ୟୁଟର ସାଇନ୍‌ସ ବିଭାଗରୁ ଗ୍ରାଜୁଏସନ୍ କରିଥିବା ଛାତ୍ର ଅଙ୍କିତ ରାଜ ସର୍ଭିସେସ୍ ସିଲେକ୍ସନ ବୋର୍ଡ (ଏସ୍‌ଏସ୍‌ବି) ନିଯୁକ୍ତି ପ୍ରକ୍ରିୟାରେ ସଫଳ ହୋଇ ଯୁବ ଅଫିସର ଭାବେ ଭାରତୀୟ ସେନାରେ ଯୋଗ ଦେବା ନିମନ୍ତେ ମନୋନୀତ ହୋଇଛନ୍ତି।

ଶ୍ରୀ ବିଶ୍ୱାଳ ଗତ ଏପ୍ରିଲ ମାସରେ ଭୋପାଳ ଠାରେ ଏସ୍‌ଏସ୍‌ବି ଆସେସ୍‌ମେଂଟ ପ୍ରକ୍ରିୟାରେ ମନୋନୀତ ହୋଇଥିବା ବେଳେ ସୋମବାର ତାଙ୍କର ଏହି ସଫଳତା ନିମନ୍ତେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଶ୍ରୀ ବିଶ୍ୱାଳ ଆଇଟିଇଆର୍‌ର ଏନ୍‌ସିସି ୟୁନିଟରେ ସାମିଲ ଥିଲେ ଏବଂ ସିନିୟର ଅଣ୍ଡର ଅଫିସର ଭାବେ ଦାୟିତ୍ୱ ବହନ କରିଥିଲେ ।

Leave A Reply

Your email address will not be published.