ପ୍ରମୁଖ ଖବର

ଖୁବ ଶୀଘ୍ର ୧୦ ଓ ୫୦୦ ଟଙ୍କା ନୂଆ ନୋଟ୍ ଆଣିବ ଆରବିଆଇ
ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି
ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ
ଓଡିଶାର ୨ଟି ରେଳ ପ୍ରକଳ୍ପକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱରରେ ଦୁଇ ଲୁଟେରାଙ୍କୁ ଏନ୍‌କାଉଣ୍ଟର
ଭେଟେରାନ ଅଭିନେତା ମନୋଜ କୁମାରଙ୍କ ପରଲୋକ

ସରିଲା ଶ୍ରୀବିଗ୍ରହଙ୍କ ଆଡପ ମଣ୍ଡପ ବିଜେ ନୀତି

0

ପୁରୀ: ସରିଛି ଶ୍ରୀବିଗ୍ରହଙ୍କ ଆଡପ ମଣ୍ଡପ ବିଜେ ନୀତିି। ଏବେ ପରଠାରୁ ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ ବନ୍ଧାଯାଇଥିଲା । ଏହାପରେ ପୁଷ୍ପାଞ୍ଜଳି ବନ୍ଦାପନା ଅନୁଷ୍ଠିତ ହୋଇ ଆରମ୍ଭ ହୋଇଥିଲା ପହଣ୍ଡି ନୀତି । ପ୍ରଥମେ ଚଳନ୍ତି ପ୍ରତିମା ମଦନମୋହନ, ରାମ କୃଷ୍ଣ ଶ୍ରୀଗୁଣ୍ଡିଚାକୁ ବିଜେ କରିବା ପରେ ଗୋଟି ପହଣ୍ଡିରେ ଯାଇଥିଲେ ଚକ୍ରରାଜ ସୁଦର୍ଶନ ।

ଘଣ୍ଟ, ଘଣ୍ଡା ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି । ଏହାପରେ ଟାହିଆ ଲଗାଇ ଶ୍ରୀଗୁଣ୍ଡିଚା ବିଜେ କରିଥିଲେ ବଡ଼ଭାଇ ବଳଭଦ୍ର । ଦେବୀ ସୁଭଦ୍ରାଙ୍କ ପରେ ଶେଷରେ ଶ୍ରୀଜଗନ୍ନାଥ ପହଣ୍ଡିରେ ଜନ୍ମବେଦୀକୁ ବିଜେ କରିଥିଲେ । ଆସନ୍ତାକାଲି ସକାଳୁ ଆଡ଼ପ ମଣ୍ଡପରେ ମହାପ୍ରଭୁ ଦର୍ଶନ ଦେବାପରେ ସଂଧ୍ୟାରେ ହେବ ବନକଲାଗି ନୀତି । ଏଥିପାଇଁ ସଂଧ୍ୟାରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.