ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଆଜି ବି ବର୍ଷିବ: ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

0

ଭୁବନେଶ୍ବର: ଗତ କିଛି ଦିନ ହେଲା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ କ୍ଷେତ୍ରଟି ଆସନ୍ତା ୨ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତର ଓଡ଼ିଶା ଓ ଝାଡ଼ଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି ।

ତେବେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଫଳରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

Leave A Reply

Your email address will not be published.