ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ ଜେଲ

0

ଭୁବନେଶ୍ବର: ପତ୍ନୀହନ୍ତା ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ । ପତ୍ନୀ ହତ୍ୟା ଅଭିଯୋଗରେ ଗୁଣୁପୁରର ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ-୩ କୋର୍ଟ । ଦଫା ୩୦୨ ପାଇଁ ଆଜୀବନ କାରାଦଣ୍ଡ ଆଦେଶ ସହ ୫୦ ହଜାର ଜରିମାନା ଏବଂ ଅନାଦେୟ ହେଲେ ୧ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏହାଛଡ଼ା ଦଫା ୨୦୧ ପ୍ରମାଣ ନଷ୍ଟ ପାଇଁ ୧୦ ହଜାର ଟଙ୍କା ଜରିମାନା ଅନାଦେୟ କ୍ଷେତ୍ରରେ ୬ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ।

ସୂଚନାଯୋଗ୍ୟ, ୧୯୯୫ ମସିହା ଅଗଷ୍ଟ ୨୯ରେ ବିଧାୟକ କ୍ବାର୍ଟର୍ସରେ ପତ୍ନୀ ଶଶୀରେଖା ଗମାଙ୍ଗଙ୍କୁ ପୋଡ଼ି ମାରିଥିଲେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ। ଏହି ସମୟରେ ତାଙ୍କ ପତ୍ନୀ ଗର୍ଭବତୀ ମଧ୍ୟ ଥିଲେ। ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ ପୂର୍ବତନ ବିଧାୟକ । ଆତ୍ମହତ୍ୟା ନେଇ ଥାନାରେ ଏତଲା ମଧ୍ୟ ଦେଇଥିଲେ ପୂର୍ବତନ ବିଧାୟକ। ଖାରବେଳ ନଗର ଥାନାରେ ଏତଲା ପରେ ତଦନ୍ତ କରିଥିଲା ପୋଲିସ । ପ୍ରଥମେ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବାବେଳେ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ ।

ତେବେ ଭୁବନେଶ୍ୱର କୋର୍ଟରେ ଅଭିଯୁକ୍ତ ହାଜର ହେବା ପରେ ଆଜି ଦଣ୍ଡ ବିଧାନର ଶୁଣାଣି ହୋଇଥିଲା। ହତ୍ୟାକାଣ୍ଡର ଓ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ପୂର୍ବରୁ ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଥିଲେ।

Leave A Reply

Your email address will not be published.