ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଜୁଲାଇ ୪ରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର, ଜୁଲାଇ ୧: ପୂର୍ବ ଭାରତରେ ପଶ୍ଚିମା ପବନ ପ୍ରବାହିତ ହେବା ଦ୍ୱାରା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ହୋଇପଡ଼ିଥିବା ସତ୍ୱେ ପଶ୍ଚିମ କେନ୍ଦ୍ର ବଙ୍ଗୋପ ସାଗର ଏବଂ ଏହାର ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଏକ ଲଘୁଚାପରେ ପରିଣତ ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ଶନିବାର ସୂଚନା ଦେଇଛି ।

ଜୁଲାଇ ୪ ରେ ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଜୁଲାଇ ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଜୁଲାଇ ୫ରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁଲାଇ ୬ ରୁ ୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କମ୍ ବୃଷ୍ଟିପାତ ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଏହାର ଆଖପାଖ ଅଂଚଳଗୁଡ଼ିକରେ ଜୁଲାଇ ୯ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଓ ଏହା ଫଳରେ ଜୁଲାଇ ୧୦ କିମ୍ବା ୧୧ରେ ମଧ୍ୟ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ ସୂଚନା ମିଳିଛି । ସେହିପରି ଜୁଲାଇ ୯ ତାରିଖରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବୃଷ୍ଟିପାତର ତୀବ୍ରତା ବୃଦ୍ଧି ପାଇବ ।

Leave A Reply

Your email address will not be published.