ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ଆହତ

0

ନ୍ୟୁଜ୍ ବ୍ୟୁରୋ: କୋକସରା ବ୍ଲକ ଆମପାଣି ଘାଟିରେ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି । ୨ ଆହତଙ୍କୁ କୋକସରା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ, ବସଟି ହାଇଦ୍ରାବାଦରୁ କଲମପୁର ଆସୁଥିବା ବେଳେ ଆଜି ସକାଳେ ଆମପାଣି ଘାଟି ରାସ୍ତାରେ ବିପରୀତ ଦିଗରୁ ଆସୁଥିବା କଣ୍ଟେନର ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ବସର କଣ୍ଡକ୍ଟର ଓ କଣ୍ଟେନରର ଡ୍ରାଇଭର ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ପ୍ରାଥମିକ ଚିକିତ୍ସା ଜାରି ରହିଛି ।

Leave A Reply

Your email address will not be published.