ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଫୁଲୁଛି ଯମୁନା: ଭାସୁଛି ରାଜଧାନୀ ଦିଲ୍ଲୀ

0

ନୂଆଦିଲ୍ଲୀ:  ଯମୁନା ନଦୀରେ ବନ୍ୟା ଯୋଗୁଁ ଭାସୁଛି ରାଜଧାନୀ ଦିଲ୍ଲୀ । ବିଭିନ୍ନ ରାସ୍ତା ଉପରେ ନଈ ଭଳି ପାଣିର ସୁଅ ଛୁଟୁଛି ନଦୀ ଜଳସ୍ତର ବଢ଼ିବାରୁ ଦିଲ୍ଲୀରେ ସମସ୍ତ ସ୍କୁଲ୍‌ ଏବଂ କଲେଜ ଆସନ୍ତା ରବିବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହ ବୈଠକ କରିବାପରେ ରାଜ୍ୟରେ ସମସ୍ତ ସ୍କୁଲ୍‌ ଏବଂ କଲେଜ ବନ୍ଦ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଏମର୍ଜେନ୍ସି ‌ସେବା ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ। ଘରୋଇ ଅଫିସଗୁଡ଼ିକ ୱାର୍କ ଫ୍ରମ ହୋମ୍‌ ଫର୍ମୁଲାରେ ଚାଲିବାପାଇଁ ନିର୍ଦ୍ଦେଶ ଦିଆଯାଇଛି।। ସେହିପରି ଏମରଜେନ୍ସି ସେବା ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ଅଫିସ ବନ୍ଦ ରହିବ । ଘରୋଇ ଅଫିସଗୁଡ଼ିକ ୱାର୍କ ଫ୍ରମ ହୋମ୍ ଫର୍ମୁଲାରେ ଚାଲିବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀରେ ବନ୍ୟା ସ୍ଥିତି ମୁକାବିଲା ପାଇଁ ୧୨ ଏନଡିଆରଏଫ୍ ଟିମ୍ ମୁତୟନ ହୋଇଛନ୍ତି ।

ବିଭିନ୍ନ ମେଡିକାଲରେ ପାଣି ପଶିଯିବାରୁ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଉତ୍ତର ଦିଲ୍ଲୀରେ ଏକ ସରକାରୀ ପରିଚାଳିତ ଟ୍ରମା ସେଣ୍ଟରରେ ପାଣି ପଶିଯିବାରୁ ୪୦ ରୋଗୀଙ୍କୁ ଏଠାରୁ ଏଲଏନଜେପି ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି । ଦିଲ୍ଲୀ ବିଧାନସଭା ନିକଟରୁ ମାତ୍ର ୩୫୦ ମିଟର ଦୂରରେ ନଦୀ ଜଳ ପହଞ୍ଚି ସାରିଛି । ଏପରିକି ସୁପ୍ରିମକୋର୍ଟ ନିକଟରେ ମଧ୍ୟ ପହଞ୍ଚିବାକୁ ଗଲାଣି ପାଣି । 

Leave A Reply

Your email address will not be published.