ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରସୁଲପୁର ବ୍ଲକ ନିକଟରେ ଭୁଶୁଡିଲା ପୋଲ

0

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ରସୁଲପୁର ବ୍ଲକ ଛକ ନିକଟରେ ଥିବା ଏକ ପୋଲ ଭୁଶୁଡ଼ିବା ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି ଏନଏଚ ଏଆଇ ପ୍ରକଳ୍ପ ନିର୍ଦ୍ଦେଶକ ଜି.ପି ବର୍ମା। ଏହାପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ନିର୍ମାଣଗତ ତ୍ରୁଟି ଯୋଗୁଁ ପୋଲ ଭୁଶୁଡ଼ିଛି। ବିଶେଷଜ୍ଞ ଟିମ୍ ଅଧିକ ତଦନ୍ତ ପାଇଁ ଘଟଣାସ୍ଥଳକୁ ଆସୁଛନ୍ତି। ଚୂଡ଼ାନ୍ତ ରିପୋର୍ଟ ପରେ ଭୁଶୁଡ଼ିବାର ପ୍ରକୃତ କାରଣ ଜଣାପଡ଼ିବ। ୨୦୦୮ରେ ବ୍ରିଜର ନିର୍ମାଣକାମ ହୋଇଥିଲା।

ସୂଚନାଯୋଗ୍ୟ, ଆଜି ଭୋର ସମୟରେ ୧୬ ନମ୍ବର ଜାତୀୟ ରାଜପଥ ରସୁଲପୁର ବ୍ଲକ ଛକ ନିକଟରେ ଥିବା ଏକ ପୋଲ ଭୁଶୁଡ଼ି ପଡ଼ିଛି। ବ୍ରିଜର ଗୋଟିଏ ସ୍ପାନ ସଂପୂର୍ଣ୍ଣ ଭୁଶୁଡ଼ି  ପଡ଼ିବାରୁ ଚେନ୍ନାଇ-କୋଲକତା ୧୬ ନମ୍ବର ଜାତୀୟ ରାଜପଥରେ ଗୋଟିଏ ଲାଇନରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଆଜି ଭୋରରୁ ଏହି ଅଘଟଣ ଘଟିଛି। ତେବେ ଏଥିରୁ ଅଳ୍ପକେ ବର୍ତିଛନ୍ତି ଏକାଧିକ ବସ ଓ ଟ୍ରକ। ପୋଲର କୁଆଖିଆ ଛକ ଆଡ଼କୁ ଶେଷ ପିଲାର ଯୋଡ଼ ନିକଟରୁ ଖସିଯାଇଛି। ବାଲେଶ୍ବର ଓ ଯାଜପୁରରୁ କଟକକୁ ସଂଯୋଗ କରୁଥିବା ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

୭୦ ବର୍ଷର ପୁରୁଣା ପୁରୁଣା ପୋଲ ସୁଦୃଢ଼ ଥିବା ବେଳେ ମାତ୍ର ୧୫ ବର୍ଷ ପୁରୁଣା ପୋଲ ଭୁଶୁଡ଼ି ଯାଇଥିବା ହେତୁ ସ୍ଥାନୀୟ ଲୋକମାନେ ଠିକାଦାରକୁ ଦାୟୀ କରିଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ଖବର ପାଇ କୁଆଖିଆ ପୁଲିସ ରାସ୍ତାକୁ ସିଲ୍ କରିଥିବା ବେଳେ ଜମା ହୋଇଥିବା ଲୋକମାନଙ୍କୁ ନିୟନ୍ତ୍ରଣ କରୁଛି।

Leave A Reply

Your email address will not be published.