ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

0

ଭୁବନେଶ୍ୱର: ଆଜି ବିଜେଡି କାର୍ଯ୍ୟାଳୟ ତଥା ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଏପରି କହିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହାସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ରାଜ୍ୟ ଓଡିଶାରେ ମାଆମାନେ ସଶକ୍ତ ହୋଇଛନ୍ତି । ବିକାଶର ସବୁ କ୍ଷେତ୍ରରେ ସେମାନଙ୍କ ଭୂମିକା ରହିଛି । ସେମାନେ ଏବେ ଓଡ଼ିଶାର ବିକାଶରେ ସମାନ ସହଯୋଗୀ ଓ ଭାଗୀଦାର । ମାଆମାନେ ଏବେ ଗାଁ ଗାଁ ରେ ନେତୃତ୍ବ ନେଇଛନ୍ତି । ପଞ୍ଚାୟତରେ ବିକାଶ କଥା ବୁଝୁଛନ୍ତି। ମିଶନ ଶକ୍ତି ମାଆମାନଙ୍କର ଶକ୍ତିକେନ୍ଦ୍ର ହୋଇପାରିଛି । ଧାନ ସଂଗ୍ରହ ହେଉ ବା ସହରରେ ଆହାର କେନ୍ଦ୍ର ପରିଚାଳନା ବା ବିଦ୍ୟୁତ୍ ମିଟର ରିଡିଂ, ଜଳସାଥୀ ବା 5Tରେ ରୂପାନ୍ତରିତ ସ୍କୁଲଗୁଡ଼ିକର ତଦାରଖ କରିବା ପରି ଦାୟିତ୍ବ ନେଉଛନ୍ତି ମାଆ । ଗାଁ ପୋଖରୀରେ ମାଛଚାଷ କରୁଛନ୍ତି । ମିଶନ ଶକ୍ତି କାଫେ ଏବେ ସାରା ରାଜ୍ୟରେ ନ୍ୟୁଟ୍ରିସନର ବାର୍ତ୍ତା ଦେଉଛି । ମାଆମାନଙ୍କୁ ଗତ ବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି।ଏଥିସହିତ ପଢ଼ନ୍ତୁ

ଏବେ ମାଆମାନଙ୍କ ସୁବିଧା ପାଇଁ ଆମ ସ୍କୁଟର ଯୋଜନା ଆରମ୍ଭ ହେବ । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯିବ ବିନା ସୁଧରେ। ମିଶନଶକ୍ତିକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ କାମ ଆରମ୍ଭ ହୋଇଛି । ମାଆମାନଙ୍କୁ ଉଦ୍ୟୋଗୀ କରିବାକୁ କାମ ଆରମ୍ଭ ହୋଇଛି ବୋଲି ବିଜୁ ଜନତା ଦଳର କାର୍ଯ୍ୟକାରିଣୀରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Leave A Reply

Your email address will not be published.