ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ନୂଆଦିଲ୍ଲୀରେ ପଲ୍ଲୀବାଣୀ ମିଶନ ପକ୍ଷରୁ ଓଡିଶା ସାମ୍ବାଦିକତା ପୁରସ୍କାର ପ୍ରଦାନ

0

ନୂଆଦିଲ୍ଲୀ: ଦିଲ୍ଲୀର ଅଗ୍ରଣୀ ଓଡ଼ିଆ ପ୍ରତିଷ୍ଠାନ ପଲ୍ଲୀବାଣୀ ମିଶନ ପକ୍ଷରୁ ଆୟୋଜିତ ହୋଇଛି ଓଡ଼ିଶା ଜର୍ଣ୍ଣାଲିଜମ ଆଓ୍ବାର୍ଡ ବା ଓଡିଶା ସାମ୍ବାଦିକତା ପୁରସ୍କାର ୨୦୨୩। ଇଣ୍ଡିଆ ଇଣ୍ଟରନ୍ୟାସନାଲ  ସେଣ୍ଟର ଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ବିଗତ ପାଞ୍ଚ ବର୍ଷ ଧରି ଏହି ପୁରସ୍କାର ପ୍ରଦାନ କରାଯାଉଅଛି।

ତେବେ ଚଳିତ ବର୍ଷ ସମ୍ବାଦର ଭବାନୀ ଶଙ୍କର ତ୍ରପିାଠୀ, ଓଟିଭିର ପଶ୍ଚିମ ଓଡ଼ିଶା ବ୍ୟୁରୋ ମୁଖ୍ୟ ମନୋରଞ୍ଜନ ଯୋଶୀ ଏବଂ ପ୍ରମେୟର  ସୁଦୀପ କୁମାର ରାଉତ, କଳିଙ୍ଗ ଟିଭିର ସମ୍ପାଦକ ସୌମ୍ୟଜୀତ ପଟ୍ଟନାୟକ, ଅର୍ଗସ ନ୍ୟୁଜର କାଯ୍ୟନିର୍ବାହୀ ସମ୍ପାଦକ ଦୁର୍ଗାଶୀଷ , ପ୍ରମୁଖ ଏହି ପୁରସ୍କାର ଗ୍ରହଣ କରିଛନ୍ତି।ଚଳତି ବର୍ଷ  ଏକ ନୂଆ ପୁରସ୍କାର “ପ୍ରତିଭା ପଟ୍ଟନାୟକ ଉତ୍କର୍ଷ ସାମ୍ବାଦିକତା ପୁରସ୍କାର” ବରିଷ୍ଠ ସାମ୍ବାଦିକା ସାରଦା ଲାହାଙ୍ଗୀରଙ୍କୁ ପ୍ରଦାନ କରାଯାଇଛି। ଏହି ପୁରସ୍କାର ପ୍ରତିବର୍ଷ ମହିଳା ସାମ୍ବାଦିକଙ୍କୁ ତାଙ୍କର ସର୍ବୋତ୍ତମ ଉପଲବ୍ଧି ପାଇଁ ପ୍ରଦାନ କରାଯିବ ବୋଲି ପ୍ରତିଷ୍ଠା ପକ୍ଷରୁ କୁହାଯାଇଛି।

ଏହି କାଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସେହିପରି କେନ୍ଦ୍ର ସୂଚନା ଓ ପ୍ରସାରଣ, କ୍ରୀଡା ଓ ଯବୁ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଏବଂ ପତଞ୍ଜଳି ଆୟୁର୍ବେଦର  ଅଧ୍ୟକ୍ଷ ଆଚାର୍ଯ୍ୟ ବାଲକୃଷ୍ଣ ବିଶିଷ୍ଟ ଅତିଥି ଭାବରେ ସାମିଲ ଥିଲେ। ପଲ୍ଲୀବାଣୀ ମିଶନର ଅଧ୍ୟକ୍ଷ ରାମଚନ୍ଦ୍ର ନାଥ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। 

Leave A Reply

Your email address will not be published.