ପ୍ରମୁଖ ଖବର

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ୧୪ଜଣ ଓଏଏସ୍ ଅଫିସରଙ୍କୁ ଅଦଳବଦଳ କରିଛନ୍ତି । ଓଡ଼ିଶା ଲୋକସେବା ଆୟୋଗଙ୍କ ସଚିବ ତଥା ବରିଷ୍ଠ ଓଏଏସ୍ ପ୍ରମୋଦ କୁମାର ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବାବେଳେ ବରିଷ୍ଠ ଓଏଏସ୍ ରାମଚନ୍ଦ୍ର ପାଲଟାଙ୍କୁ ତାଙ୍କ ସ୍ଥାନକୁ ପଠାଯାଇଛି । ଶ୍ରୀ ପାଲଟା ଏବେ କଟକରେ ଅତିରିକ୍ତ ଅବକାରୀ କମିଶନର ଭାବେ କାର୍ଯ୍ୟ କରୁଛନ୍ତି ଓ ସେ କଟକସ୍ଥିତ ଲୋକସେବା ଆୟୋଗଙ୍କ ସଚିବ ଦାୟିତ୍ୱ ତୁଲାଇବେ ।

ସୂଚନାନୁସାରେ; ଭୁବନେଶ୍ୱର ଉପଜିଲ୍ଲାପାଳ ଦେବବ୍ରତ ସାହୁଙ୍କୁ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ସେହିପରି ତାଳଚେର ଉପଜିଲ୍ଲାପାଳ ବିଶ୍ୱରଞ୍ଜନ ରଥଙ୍କ ପୂର୍ବ ବଦଳିକୁ ବାତିଲ କରି ତାଙ୍କୁ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ) ଯୁଗ୍ମ କମିଶନର ଭାବେ ନିଯୁକ୍ତି ମିଳିଛି । ସେହିପରି ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କୁ ଆସିକା ଚିନି ସମବାୟ ଶିଳ୍ପର ପରିଚାଳନା ନିର୍ଦ୍ଦେଶକ, ଶୁଭେନ୍ଦ୍ର କୁମାର ସାମଲଙ୍କ ପୂର୍ବ ବଦଳି ନିର୍ଦ୍ଦେଶକୁ ବାତିଲ କରି ତାଙ୍କୁ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଯାଜପୁର ଅତିରିକ୍ତ ଜିଲ୍ଲାପାଳ ଦିବ୍ୟଲୋଚନ ମହାନ୍ତଙ୍କୁ କଟକସ୍ଥିତ ଅତିରିକ୍ତ ଅବକାରୀ କମିଶନର, ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ବେହେରାଙ୍କୁ ଭୁବନେଶ୍ୱର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ସେହିପରି ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଅନୁସଚିବ ସୂର୍ଯ୍ୟସ୍ମିତା ସାହୁଙ୍କୁ ଓଡ଼ିଶା ନିର୍ମାଣ ନିଗମର ପ୍ରଶାସନିକ ଅଧିକାରୀ ଭାବେ ବଦଳି ହୋଇଛି । ଓଏଏସ୍ ତରଣୀ ସୁନାଭ୍‌କୁ ବଲାଙ୍ଗିର ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ମନୋଜ କୁମାର ତ୍ରିପାଠୀଙ୍କୁ ତାଳଚେର ଉପଜିଲ୍ଲାପାଳ, ସ୍ୱାଗତ ଦାସଙ୍କୁ ବିଏମସି ଡେପୁଟି କମିଶନର, ଓଏଏସ୍ ପ୍ରିୟରଞ୍ଜନ ବେହେରାଙ୍କୁ ଜୟପୁର ଆଇଟିଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଓଏଏସ୍ ଏଲିଜା ମିଶ୍ରଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁରେ ଉପସଚିବ ଭାବେ ବଦଳି ହୋଇଛି ।

Leave A Reply

Your email address will not be published.