ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ପ୍ରକାଶ ପାଇଛି ଓପିଏସସି ପରୀକ୍ଷାଫଳ

0

ଭୁବନେଶ୍ବର: ସୋମବାର ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ୨୦୨୧ର ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୪୩୨ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୬୪ ଜଣ ଝିଅ ଅଛନ୍ତି। ସୁଦେବ କୁମାର ପୃଷ୍ଟି ଟପ୍ପର ହୋଇଥିବା ବେଳେ ପ୍ରଥମ ୧୦ଟି ସ୍ଥାନରେ ୫ ପୁଅ ଓ ୫ ଝିଅ ଅଛନ୍ତି। ସୁଚିସ୍ମିତା ପାଣିଗ୍ରାହୀ ତାଲିକାର ଦ୍ୱିତୀୟ ସୋଥାନରେ ଥିବା ବେଳେ ପ୍ରଣବ ରଂଜନ ସାହୁ ତୃତୀୟ, ବୈଶାଖୀ ଲେଙ୍କା ୪ର୍ଥ, ଶ୍ୱେତଲିନା ମାହାନା ୫ମ, ଅଗ୍ନିଜା ଶିବଦତ୍ତା ୬ଷ୍ଠ, ସନ୍ତୋଷ କୁମାର ପାତ୍ର ୭ମ, ମୀମାଂସା ସାହୁ ୮ମ, ବିନ୍ଦୁ ବଳୟ ରାଉତରାୟ ୯ମ ଓ ସୌମ୍ୟରଂଜନ ମହାପାତ୍ର ୧୦ମ ସ୍ଥାନରେ ରହିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃକକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ”ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ସରକାରୀ ସୁବିଧାସୁଯୋଗକୁ ତୃଣମୂଳସ୍ତରରେ ପହଞ୍ଚାଇ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ସମସ୍ତେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।”

Leave A Reply

Your email address will not be published.