ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

୧୫ ବର୍ଷ ବାଳକର ଶରୀରରୁ ବଡ଼ ସ୍କଲ ବେସ୍ ଟ୍ୟୁମରକୁ ବାହାର କଲେ ସମ୍ମମ୍ ସର୍ଜନ

0

ଭୁବନେଶ୍ୱର, ଅଗଷ୍ଟ ୭ : ମିନିମାଲ୍ ଇନ୍‌ଭେସିଭ୍ ସର୍ଜରୀ ମାଧ୍ୟମରେ ଜଣେ ୧୫ ବର୍ଷୀୟ ବାଳକର ଶରୀରରେ ବୃଦ୍ଧି ପାଇଥିବା କ୍ରିକେଟ ବଲ୍ ଆକାରର ସ୍କଲ୍‌ବେସ୍ ଟ୍ୟୁମରକୁ ସଫଳତାର ସହ ବାହାର କରିଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ସର୍ଜନ୍ ।

ଗତ ୬ ବର୍ଷ ଧରି ମୟୁରଭଞ୍ଜ ଜିଲ୍ଲାର ସୁଦାମ କିସ୍‌କୁଙ୍କର ବାମ ଆଖି ପାଖରେ ମୁହଁ ଧୀରେ ଧୀରେ ଫୁଲିଯିବା ସହ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ଧୀରେ ଧୀରେ ଏହା ଆଖି ନିକଟରେ ବୃଦ୍ଧି ପାଇବାରୁ ପରିବାର ବର୍ଗ ବ୍ୟସ୍ତ ହୋଇପଡ଼ିଥିଲେ । ଅନେକ ହସ୍ପିଟାଲ୍ ବୁଲିଥିଲେ ମଧ୍ୟ ବାଳକଟିର ଚିକିତ୍ସା ହୋଇପାରି ନଥିଲା । ଶେଷରେ ତାକୁ ସମ୍ମମ୍‌ରେ ଭର୍ତି କରାଯିବା ପରେ ଇଏନ୍‌ଟି ଆଣ୍ଡ ସ୍କଲ ବେସ୍ ସର୍ଜରୀ ବିଭାଗର ମୁଖ୍ୟ ତଥା ସିନିୟର କନ୍‌ସଲ୍‌ଟାଂଟ ଡାକ୍ତର ରାଧାମାଧବ ସାହୁ ଚିକିତ୍ସା ଆରମ୍ଭ କରିଥିଲେ ।

ସଂପୂର୍ଣ୍ଣ ପରୀକ୍ଷା ନିରୀକ୍ଷା ପରେ ତାଙ୍କ ମୁଣ୍ଡରେ ଏକ ୭ ସେମିର ଟ୍ୟୁମର ଥିବାର ଜଣାପଡ଼ିଥିଲା । ଏତେ ବଡ଼ ଆକାରର ଟ୍ୟୁମରକୁ ବାହାର କରିବା ଖୁବ୍ କଷ୍ଟକର ଥିଲା ବୋଲି ଡାକ୍ତର ସାହୁ କହିବା ସହ ଏଣ୍ଡୋସ୍କୋପ ସହାୟତାରେ ମିନିମାଲ୍ ଇନ୍‌ଭେସିଭ୍ ସର୍ଜରୀ ମାଧ୍ୟମରେ ଟ୍ରାନ୍ସ ଜାଇଗୋମାଟିକ୍ ପଦ୍ଧତିରେ ଦୀର୍ଘ ୨ ଘଂଟାର ଅପରେସନ୍ ପରେ ଟ୍ୟୁମରଟିକୁ ସଂପୂର୍ଣ୍ଣ ଭାବେ କଢ଼ାଯାଇପାରିଲା ବୋଲି ଡାକ୍ତର ସାହୁ କହିଛନ୍ତି ।

ବର୍ତମାନ ବାଳକଟି ସମସ୍ତ ପ୍ରକାର ସମସ୍ୟାରୁ ମୁକ୍ତ ଅଛି ଏବଂ ଅସ୍ତ୍ରୋପଚାରର ୪ ଦିନ ପରେ ତାକୁ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି । ତା’ର ବାୟୋପ୍ସି ରିପୋର୍ଟରେ ଏହା ଏକ ନର୍ଭ ସିଥ୍ ଟ୍ୟୁମର ଅର୍ଥାତ୍ ସ୍ୱାନୋମା ବୋଲି ଜଣାପଡ଼ିଛି । ତେବେ ଅପରେସନ୍‌ର ପରବର୍ତୀ ସ୍କାନିଂ ରିପୋର୍ଟରେ ଟ୍ୟୁମରଟିକୁ ସମ୍ପୂର୍ଣ୍ଣ ଭାବେ ବାହାର କରାଯାଇଥିବା ଜଣାପଡ଼ିଛି ।

ଡାକ୍ତର ସାହୁ କହିଛନ୍ତି ଯେ ଜଣେ ୧୫ ବର୍ଷ ବାଳକର ଶରୀରରେ ଏଭଳି ବିଶାଳ ଆକାରର ଟ୍ରାଇଜେମିନାଲ୍ ନର୍ଭ ସ୍ୱାନୋମା ଦେଖାଦେବା ଖୁବ୍ ବିରଳ । କାରଣ ଏଭଳି ଟ୍ୟୁମର ପ୍ରାୟତଃ ୩୦ ରୁ ୫୦ ବର୍ଷର ବୟସ୍କ ବ୍ୟକ୍ତିଙ୍କ ନିକଟରେ ଦେଖାଦେଇଥାଏ । ଏଣ୍ଡୋସ୍କୋପି ସ୍କଲ୍ ବେସ୍ ସର୍ଜରୀ ହେଉଛି ଏକ ଉନ୍ନତମାନର ମିନିମାଲ୍ ଇନ୍େ‌ଭସିଭ୍ ସର୍ଜିକାଲ୍ ପ୍ରକ୍ରିୟା ଯାହାକି ସମ୍ମମରେ ନିୟମିତ ଭାବେ କରାଯାଉଛି । ହସ୍ପିଟାଲ୍‌ର ଇଏନ୍‌ଟି ଆଣ୍ଡ ସ୍କଲ ବେସ୍ ସର୍ଜରୀ ବିଭାଗ ଅନେକ ରୋଗୀଙ୍କ ମୁହଁରେ ହସ ଫୁଟାଇପାରୁଛି ।

Leave A Reply

Your email address will not be published.