ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ସ୍କୁଲୁ ଡପରେ ବଜ୍ରପାତ: ୨୦ ଛାତ୍ରଛାତ୍ରୀ ଗୁରୁତର

0

କେନ୍ଦ୍ର୍ରାପଡା: ସ୍କୁଲୁ ଉପରେ ଭୟାନକ ବଜ୍ରପାତ ଘଟି ୧୬ ଛାତ୍ର ଛାତ୍ରୀ ଆହତ ଥିବା ଜଣାପଡିଛି। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡା ଜିଲ୍ଲା କୁଦାନଗରି ଠାରେ ଅବସ୍ଥିତ ଆଦର୍ଶ ବିଦ୍ୟାଳୟରେ।ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଛି। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେ ପାଟକୁରା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ସମସ୍ତଙ୍କ ଅବସ୍ଥା ଭଲ ଅଛି। 

ଉଲ୍ଲେଖଯୋଗ୍ୟ; ଆଜି ଅପରାହ୍ନରେ ଆଦର୍ଶ ବିଦ୍ୟାଳୟର ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ଶେଷ କ୍ଲାସ ଚାଲିଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ପ୍ରଚଣ୍ଡ ଶବ୍ଦ ପରେ ସ୍କୁଲର ଲାଇନ କଟି ଯାଇଥିଲା। ଆଉ କେହି କିଛି ବୁଝିବା ପୂର୍ବରୁ ୧୬ ଜଣ ଛାତ୍ରଛାତ୍ରୀ ଅଚେତ ହୋଇ ପଡ଼ିଯାଇଥିଲେ। ଏହା ଜଣାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଅଚେତ ହୋଇପଡ଼ିଥିବା ଛାତ୍ରଛାତ୍ରୀଙ୍କୁ ତୁରନ୍ତ ପାଟକୁର ଡାକ୍ତରଖାନା ନିଆ ଯାଇଥିଲା।

ପାଟକୁରା ଡାକ୍ତରଖାନା ପକ୍ଷରୁ କୁହାଯାଇଛି ଯେ ୧୫ ଜଣ ଛାତ୍ରଛାତ୍ରୀ ଅବସ୍ଥା ଭଲ ଅଛି। ତେବେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଏଖବର ପରେ ସ୍ଥାନୀୟ ଅଞ୍ଚଳରେ ଭୟଭୀତ ପରିସ୍ଥିତି ଉପୁଜିଛି।

Leave A Reply

Your email address will not be published.