ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଦୁଇଦିନିଆ ଓଡ଼ିଶା ଗସ୍ତରେ ନିର୍ମଳା ସୀତାରମଣ

0

ଭୁବନେଶ୍ୱର:  ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସେ ଭୁବନେଶ୍ୱର ବିମାନବନ୍ଦରରେ ରାତି ୮ ଟାରେ ପହଞ୍ଚି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶାର କଟକ ମହାନଗର ନିଗମର ପ୍ରଥମ ମେୟର ତଥା ପୂର୍ବତନ ବିଧାୟିକା ସ୍ୱର୍ଗତା ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ଭୁବନେଶ୍ୱରର ରାଜ୍ୟ କାର୍ଯ୍ୟାଳୟଠାରେ ଯୋଗଦେବେ। ଦଳୀୟ ନେତୃତ୍ୱଙ୍କ ସହ ଆଲୋଚନା ପରେ, ସେ ସିଧାସଳଖ ପୁରୀ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ।

ଆସନ୍ତାକାଲି  ସକାଳେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ `ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ। ପେଣ୍ଠକଟା ନିକଟ କେନ୍ଦ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟ ଶ୍ରୀ ସଦାଶିବ କ୍ୟାମ୍ପସ୍‌ରେ ମଧ୍ୟ କାର୍ଯ୍ୟକ୍ରମ ରହିଛି। ତା ଛଡ଼ା ପୁରୀ ବୀରହରେକୃଷ୍ଣପୁର ସ୍ଥିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଭୁବନେଶ୍ଵରରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦ୍‌ଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରିହଛି।

Leave A Reply

Your email address will not be published.