ପ୍ରମୁଖ ଖବର

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭି​‌ଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଡିଏଫଓଙ୍କ ଘରେ ଭିଜିଲାନ୍ସ ରେଡ୍

0

ରାୟଗଡ଼ା: ରାୟଗଡ଼ା ଡିଏଫଓଙ୍କ ଘରେ ପଶିଲା ଭିଜିଲାନ୍ସ । ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାର ୭ଟି ସ୍ଥାନରେ ଏହି ଚଢାଉ କରିଛି ଭିଜିଲାନ୍ସ । ଡିଏଫଓଙ୍କ କଟକ ସଦର ଥାନା ଶ୍ରୀକୋରୁଆଁ ସ୍ଥିତ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ଛାନବିନ୍ । ଡିଏଫଓଙ୍କ ସମ୍ପର୍କୀୟ ସାରଦା ବେହେରାଙ୍କ ବାସଭବନ ଓ ବିବାହ ମଣ୍ଡପରେ ରେଡ୍‌ ଚାଲିଛି ।

ରାୟଗଡ଼ାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି। ଭିଜିଲାନ୍ସ ଡିଏସପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ସକାଳୁ ଆରମ୍ଭ ହୋଇଛି। ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ୍‌ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍।

Leave A Reply

Your email address will not be published.