ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

କୋର୍ଟ ଲଢେଇରେ ସାଂସଦ ଅନୁଭବଙ୍କୁ ଝଟକା

0

କଟକ: କୋର୍ଟ ଲଢେଇରେ ଅନୁଭବଙ୍କୁ ଝଟକା ଲାଗିଛି। ଅଭିନେତା ତଥା ସାଂସଦ ଅନୁଭବ ଦାଖଲ କରିଥିବା ଛାଡପତ୍ର ପିଟିସନକୁ. କଟକ ଫାମିଲି କୋର୍ଟ ଖାରଜ କରିଦେଇଛନ୍ତି। ଏହା ସହିତ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି କୋର୍ଟ। ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ବର୍ଷା କରିଥିବା ଆବେଦନକୁ କୋର୍ଟ ଖାରଜ କରି ଦେଇଛନ୍ତି।

ସୂଚନାଯୋଗ୍ୟ, କଟକ ପରିବାର ଅଦାଲତରେ ପ୍ରାୟ ଏକ ବର୍ଷ ପର୍ଯ୍ୟନ୍ତ ଶୁଣାଣି ଚାଲିଥିଲା, ଯାହାର ରାୟ ଆଜି ପ୍ରକାଶ ପାଇଛି। ତେବେ ରାୟ ପ୍ରକାଶ ପାଇବା ପରେ ସାଂସଦ ଅନୁଭବ କହିଛନ୍ତି ତାଙ୍କର ନ୍ୟାୟପାଳିକା ଉପରେ ବିଶ୍ୱାସ ଅଛି। ତାଙ୍କୁ ନିଶ୍ଚୟ ନ୍ୟାୟ ମିଳିବ। ତେଣେ ପରିବାର ଅଦାଲତଙ୍କ ରାୟକୁ ସେମାନେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି ଅନୁଭବଙ୍କ ଓକିଲ। ତେବେ ଏ ସଂକ୍ରାନ୍ତରେ ପ୍ରତିପକ୍ଷ ବର୍ଷା କିମ୍ବା ତାଙ୍କ ଓକିଲଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

Leave A Reply

Your email address will not be published.