ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

କୋର୍ଟ ଲଢେଇରେ ସାଂସଦ ଅନୁଭବଙ୍କୁ ଝଟକା

0

କଟକ: କୋର୍ଟ ଲଢେଇରେ ଅନୁଭବଙ୍କୁ ଝଟକା ଲାଗିଛି। ଅଭିନେତା ତଥା ସାଂସଦ ଅନୁଭବ ଦାଖଲ କରିଥିବା ଛାଡପତ୍ର ପିଟିସନକୁ. କଟକ ଫାମିଲି କୋର୍ଟ ଖାରଜ କରିଦେଇଛନ୍ତି। ଏହା ସହିତ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି କୋର୍ଟ। ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ବର୍ଷା କରିଥିବା ଆବେଦନକୁ କୋର୍ଟ ଖାରଜ କରି ଦେଇଛନ୍ତି।

ସୂଚନାଯୋଗ୍ୟ, କଟକ ପରିବାର ଅଦାଲତରେ ପ୍ରାୟ ଏକ ବର୍ଷ ପର୍ଯ୍ୟନ୍ତ ଶୁଣାଣି ଚାଲିଥିଲା, ଯାହାର ରାୟ ଆଜି ପ୍ରକାଶ ପାଇଛି। ତେବେ ରାୟ ପ୍ରକାଶ ପାଇବା ପରେ ସାଂସଦ ଅନୁଭବ କହିଛନ୍ତି ତାଙ୍କର ନ୍ୟାୟପାଳିକା ଉପରେ ବିଶ୍ୱାସ ଅଛି। ତାଙ୍କୁ ନିଶ୍ଚୟ ନ୍ୟାୟ ମିଳିବ। ତେଣେ ପରିବାର ଅଦାଲତଙ୍କ ରାୟକୁ ସେମାନେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି ଅନୁଭବଙ୍କ ଓକିଲ। ତେବେ ଏ ସଂକ୍ରାନ୍ତରେ ପ୍ରତିପକ୍ଷ ବର୍ଷା କିମ୍ବା ତାଙ୍କ ଓକିଲଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

Leave A Reply

Your email address will not be published.