ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ରାଜ ନଅରରେ ପାଳିତ ହେଉଛି ସୁନିଆ ଉତ୍ସବ

0

ପୁରୀ: ଆଜି ସଂଧ୍ୟାରେ ପୁରୀରେ ଗଜପତିଙ୍କ ଶ୍ରୀନଅରରେ ସୁନିଆ ଉତ୍ସବ ପାଳନ କରାଯାଇଛି । ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪ ଶହ ୩୧ ସାଲ ୬୭ ଅଙ୍କର ପ୍ରବେଶ ହୋଇଛି। ସୁନିଆ ପାଇଁ ଶ୍ରୀନଅର ପରିସରରେ ଥିବା କନକ ଦୁର୍ଗା ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଛି ।

ତେବେ ଆଜି ଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ନୂଆ ଅଙ୍କ ପ୍ରଚଳିତ ହୋଇଛି । । ସୁନିଆରେ ଜାତକ ଓ ପାଂଜି ଗଣନାର ବିଶେଷ ମହତ୍ୱ ରହିଛି । ଏହି ଅବସରରେ ଗଜପତି ମହାରାଜ କନକ ଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହ ଆଦି ଦେବାଦେବୀଙ୍କ ପୂଜା କରିବାର ବିଧି ରହିଛି । ତେବେ ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଥିଲା ।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନୀତି ସଂପାଦନ କରାଯାଇଛି । ନୂଆ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବାର ପରମ୍ପରା ରହିଛି । ୧୬ ଶାସନର ବ୍ରାହ୍ମଣ ଅନ୍ୟନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ସ୍ବତନ୍ତ୍ର ରୀତିନୀତିରେ ଏହି ଅଙ୍କକୁ ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଥାନ୍ତି।

Leave A Reply

Your email address will not be published.