ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ରାଜ ନଅରରେ ପାଳିତ ହେଉଛି ସୁନିଆ ଉତ୍ସବ

0

ପୁରୀ: ଆଜି ସଂଧ୍ୟାରେ ପୁରୀରେ ଗଜପତିଙ୍କ ଶ୍ରୀନଅରରେ ସୁନିଆ ଉତ୍ସବ ପାଳନ କରାଯାଇଛି । ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪ ଶହ ୩୧ ସାଲ ୬୭ ଅଙ୍କର ପ୍ରବେଶ ହୋଇଛି। ସୁନିଆ ପାଇଁ ଶ୍ରୀନଅର ପରିସରରେ ଥିବା କନକ ଦୁର୍ଗା ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଛି ।

ତେବେ ଆଜି ଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ନୂଆ ଅଙ୍କ ପ୍ରଚଳିତ ହୋଇଛି । । ସୁନିଆରେ ଜାତକ ଓ ପାଂଜି ଗଣନାର ବିଶେଷ ମହତ୍ୱ ରହିଛି । ଏହି ଅବସରରେ ଗଜପତି ମହାରାଜ କନକ ଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହ ଆଦି ଦେବାଦେବୀଙ୍କ ପୂଜା କରିବାର ବିଧି ରହିଛି । ତେବେ ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଥିଲା ।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନୀତି ସଂପାଦନ କରାଯାଇଛି । ନୂଆ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବାର ପରମ୍ପରା ରହିଛି । ୧୬ ଶାସନର ବ୍ରାହ୍ମଣ ଅନ୍ୟନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ସ୍ବତନ୍ତ୍ର ରୀତିନୀତିରେ ଏହି ଅଙ୍କକୁ ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଥାନ୍ତି।

Leave A Reply

Your email address will not be published.